୨୪ ଘଣ୍ଟା ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷାର ଆଶଙ୍କା

0

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷାର ଆଶଙ୍କା ରହିଛି। ଏହି ସମୟ ମଧ୍ୟରେ କେନ୍ଦୁଝର, ବରଗଡ଼ରୁ ବାଲେଶ୍ୱର ସବୁସ୍ଥାନରେ କାଳବୈଶାଖୀର ପ୍ରଭାବ ରହିବ । ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। କେତୋଟି ସ୍ଥାନରେ ୩୦ମିମିରୁ ଅଧିକ ବର୍ଷା ମଧ୍ୟ ହୋଇପାରେ।
ସୂଚନା ଅନୁଯାୟୀ, ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ ବୋଲି ପୂର୍ବାନୁମାନ କରାଯାଇଛି। ଦକ୍ଷିଣ ଓଡ଼ିଶାରେ ମଧ୍ୟ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳରେ ଘଡ଼ଘଡ଼ି ସହ ବର୍ଷା ହେବ। ଏହାସହ କଟକ, କେନ୍ଦ୍ରାପଡ଼ା, ବରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧରେ ବଜ୍ରପାତ ହେବାର ଆଶଙ୍କା ରହିଛି। ଝଡ଼ବର୍ଷା , ବଜ୍ରପାତ କାରଣରୁ ୩ ରୁ ୫ ଘଣ୍ଟା ବ୍ୟବଧାନରେ ସତର୍କସୂଚନା ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର,ଭଦ୍ରକ ଓ ଯାଜପୁର ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ଉପକୂଳ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ଲାଗି ରହିବ ବୋଲି କୁହାଯାଇଛି।

Leave A Reply