ରାଜ୍ୟର ୬ଟି ଜିଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର : ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅନେକ ଜିଲାରେ ବର୍ଷା ଓ ଝଡ଼ତୋଫାନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ଛଅଟି ଜିଲାକୁ ସତର୍କ ସୂଚନା ଜାରି କରିଛି । ବାଲେଶ୍ୱର, ଭଦ୍ରକ, କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ ଓ ଗଜପତି ଜିଲାରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବ । ଝଡ଼ତୋଫାନ ସମୟରେ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ତେଣୁ ଏହି ସମୟରେ ସତର୍କ ରହିବା ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।

Comments are closed.