ଆସନ୍ତା ୩ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଆଉ ଏକ ଲଘୁଚାପ  ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ଲଘୁଚାପ ପ୍ରଭାବରେ ଆସନ୍ତା ୩ ଦିନ ଯାଏଁ ରାଜ୍ୟର ବହୁ ଜିଲାରେ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି। ସୋମବାର ଓ ମଙ୍ଗଳବାର ଅଧିକାଂଶ ଜିଲା ପାଇଁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି। ମୟୂରଭଞ୍ଜ, ସୋନପୁର, କେନ୍ଦୁଝର, ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼, ପୁରୀ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ପ୍ରବଳ ବର୍ଷା କାରଣରୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ଏହି ତିନିଦିନ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.