ଆହୁରି ୪୮ ଘଣ୍ଟା ବର୍ଷିବ

ଭୁବନେଶ୍ବର: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ବାଂଲାଦେଶ ଉପକୂଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆହୁରି ୪୮ ଘଣ୍ଟା ବର୍ଷା ହେବାର ସମ୍ଭାବନା ରହିଛି । ୧୨ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ୫ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ସୂଚନା ମିଳିଛି । କୋରାପୁଟ, ରାୟଗଡା, କନ୍ଧମାଳ, ନବରଙ୍ଗପୁର, ଅନୁଗୁଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ସୋନପୁର, ଦେବଗଡ, ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ମୟୁରଭଞ୍ଜ ଓ ବରଗଡ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଅଞ୍ଚଳିକ ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି । ରାଜ୍ୟର ୮ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲାକାନଗିରି, ଢେଙ୍କାନାଳ, କଟକ, ନୟାଗଡ, ଖୋର୍ଦ୍ଧା, ପୁରୀ, ଗଜପତି, ଗଞ୍ଜାମ ଜିଲାର ଲୋକଙ୍କୁ ସତର୍କ ରହିବା ରହିବାକୁ ପରାମର୍ଶ ଦିଆଯାଇଛି ।