ରାଜ୍ୟର କେତେକ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଧିରେ ଧିରେ ଲଘୁଚାପର ରୂପ ନେଉଛି। ଏହାର ପ୍ରଭାବରେ ଉତ୍ତର, ଉପକୂଳ ସମେତ ପଶ୍ଚିମ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ସୋନପୁର, ଦେବଗଡ଼, ବୌଦ୍ଧ ଜିଲାରେ ବର୍ଷାର ପରିମାଣ ଅଧିକ ରହିବ। ଏହାସହ ଏହି ସମସ୍ତ ଜିଲାରେ ସକାଳ ୧୦ଟା ୩୦ ଯାଏଁ ଘଡ଼ଘଡ଼ି ସହ ବର୍ଷା ହେବାର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥିପାଇଁ ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Comments are closed.