ପୁଣି ଦାନା ବାନ୍ଧୁଛି ଲଘୁଚାପ; ଦୁଇ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର: ପୁଣି ଦାନ ବାନ୍ଧୁଛି ଆଉ ଏକ ଲଘୁଚାପ । ପଶ୍ଚିମବଙ୍ଗ ଓ ଝାଡଖଣ୍ଡ ଅଖପାଖରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ୨୪ଘଣ୍ଟା ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡା, ବାଲେଶ୍ୱର, ମୟୁରଭଞ୍ଜ,ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, କଟକ, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ବଲାଙ୍ଗୀର, ସୋନପୁର, ବରଗଡ଼ ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଏହା ସହ କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଝାରସୁଗୁଡା ଏହି ୫ଟି ଜିଲାକୁ ଅଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ବାଲେଶ୍ୱର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କଟକ, ଗଜପତି, ଗଞ୍ଜାମ, ରାୟଗଡା, କୋରାପୁଟ, ବଲାଙ୍ଗିର, ସୋନପୁର, ବରଗଡ, କନ୍ଧମାଳକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳବର୍ଷା କାରଣରୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

Comments are closed.