୮ଟି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କେତେକ ଜିଲାରେ ସ୍ୱଳ୍ପ ଓ ଅନ୍ୟ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି, ବଲାଙ୍ଗୀର, ସୋନପୁର , ବୌଦ୍ଧ ଓ ପୁରୀ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାସହ ସମ୍ବଲପୁର,ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଓ ଢେଙ୍କାନାଳ ଜିଲାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ପକ୍ଷରେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

Comments are closed.