୮ଟି ଜିଲାରେ ୧ଟା ୩୦ ଯାଏଁ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ୮ଟି ଜିଲାରେ ସୋମବାର ପୂର୍ବାହ୍ନ ୧୦: ୩୦ ରୁ ଅପରାହ୍ନ ୧:୩୦ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେହି ୮ଟି ଜିଲା ଗୁଡ଼ିକ ହେଉଛି – ବାଲେଶ୍ୱର, ସୁନ୍ଦରଗଡ଼, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, କେନ୍ଦୁଝର ପୁରୀ ଓ କଳାହାଣ୍ଡି । ଏହାସହ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ୫ ଟି ଜିଲା ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଯାଜପୁର ଓ ଭଦ୍ରକରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨ ଦିନ ସମୁଦ୍ର ଅଶାନ୍ତ ରହିବା କାରଣରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବାରଣ କରାଯାଇଛି।

Comments are closed.