ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।  ଏହାର ପ୍ରଭାବରେ ରାଜ୍ୟରେ ଅଧିକାଂଶ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ଯଦି ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୁଏ ୨୪ରୁ ବର୍ଷା ବଢିବାପାରେ । ଉତ୍ତର ଓଡ଼ିଶାରେ ୨୫ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚ଼ନା ଦିଆଯାଇଛି ।

Comments are closed.