ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଯୁବକ ଗିରଫ

0

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ରୁଗୁଡ଼ି ଥାନା ଅଞ୍ଚଳରେ ଜଣେ ନାବାଳିକା ବଳାତ୍କାରର ଶିକାର ହୋଇଥିବା ଅଭିଯୋଗ ହୋଇଛି । ଏହି ମାମଲାରେ ପୁଲିସ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାରେ ସଫଳ ହୋଇଛି । ନାବାଳିକାଙ୍କ ବାପା ମା ଦିନ ମଜୁରୀଆ ହୋଇଥିବାରୁ ଗତକାଲି ତାଙ୍କୁ ଘରେ ଏକୁଟିଆ ଛାଡି କାମକୁ ଯାଇଥିଲେ । ନାବାଳିକା ଜଣଙ୍କ ଘରେ ଏକୁଟିଆ ଥିବାର ସୁଯୋଗ ନେଇ ଅଭିଯୁକ୍ତ ତାଙ୍କୁ ବଳାତ୍କାର କରି ଫେରାର ହୋଇଯାଇଥିଲା। ଗୁରୁତର ଅବସ୍ଥାରେ ପୀଡ଼ିତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ନାବାଳିକାଙ୍କ ବୟସ ୭ ବର୍ଷ ବୋଲି ଜଣାପଡିଛି। ପୁଲିସ ଏହି ଘଟଣାରେ ଅଧିକ ତଦନ୍ତ ଚଳାଇଛି ।

Leave A Reply