ଶୁକ୍ରବାର ରାଶିଫଳ

ମେଷ: କର୍ମ ଚଞ୍ଚଳ ରହିବେ। ପରିବାରର ମୁଖ୍ୟ ଭୂମିକା ଗ୍ରହଣ କରିବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଜୀବେ ଦୟାର ଅବତାର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରିବେ।

ବୃଷ: ପରୋପକାରକୁ ଜୀବନର ବ୍ରତ ଭାବେ ଗ୍ରହଣ କରିବେ। ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ-ବିଳାସରେ ଅତିବାହିତ ହେବ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ ଓ ସାହସୀ ହେବେ।

ମିଥୁନ: ଗୃହ ଉପକରଣ ସଂଗ୍ରହ କରିପାରନ୍ତି। ଈର୍ଷାଳୁ ଓ ପ୍ରତିଶୋଧ ପରାୟଣ ହେବେ। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।

କର୍କଟ: କର୍ମକ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ। ବନ୍ଧୁ ସହଯୋଗ ପାଇ ଖୁସି ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସେବା ମନୋଭାବ ଜାଗ୍ରତ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ମନରେ ଅହଂଭାବ ଆସିପାରେ।

ସିଂହ: କାର୍ଯ୍ୟରେ ଆଗ୍ରହୀ ହେବେ। ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଠାରୁ ପ୍ରଶଂସା ମିଳିବ।

କନ୍ୟା: ଯାତ୍ରାଦିରେ ପ୍ରିୟ ମିତ୍ରଙ୍କ ସହ ମିଳିତ ହୋଇପାରନ୍ତି। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ବ୍ୟବସାୟରେ ପ୍ରଚୁର ଧନଲାଭ ହୋଇପାରେ।

ତୁଳା: ଉତ୍ତମ ମିତ୍ରଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ। ଉଦାର ସ୍ବଭାବର ହେବେ। ଦାନ-ଧର୍ମକୁ ଶ୍ରେଷ୍ଠ କର୍ମ ମନେ କରି ଆଦରି ନେଇପାରନ୍ତି। ଜଣେ ଉତ୍ତମ ଜ୍ଞାନୀ ବ୍ୟକ୍ତିଭାବେ ପରିଚୟ ସୃଷ୍ଟି କରିବେ। କୃଷି କର୍ମକାରୀ ହେବେ। ଯାନବାହନ ସୁଖ ମିଳିବ।

ବିଛା: ସାଧନାରେ ସିଦ୍ଧି ପ୍ରାପ୍ତ ହେବେ। ମନ ପ୍ରସନ୍ନ ରହିବ। ଧର୍ମାତ୍ମା ହେବେ। ମିଷ୍ଟଭାଷୀ ହେବେ। ଥଣ୍ଡା-କଫଜନିତ ସାମାନ୍ୟ କଷ୍ଟ ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଠାରୁ ଆଦର-ସମ୍ମାନ ପାଇବେ। ବନ୍ଧୁପ୍ରେମୀ ହେବେ।

ଧନୁ: ଆଶା ଫଳବତୀ ହେବ। ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ପରମ ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବର ପରିଚୟ ଦେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ଧନାଗମ ହେବ।

ମକର: ପାରିବାରିକ ଶାନ୍ତି ଅବ୍ୟାହତ ରହିବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଆୟ ଉତ୍ତମ ଧରଣର ହେବ। ସୁସ୍ଥ ଓ ନିରାମୟ ରହିବେ। ମୋକଦ୍ଦମାରେ ବିଜୟୀ ହେବେ। ଧନପ୍ରାପ୍ତିର ସୂଚନା ମିଳୁଛି। ନୂଆ ବନ୍ଧୁକୁ ଜୁଟିବେ।

କୁମ୍ଭ: ବିପଦ ଟଳି ଯିବ। ଚଞ୍ଚଳ ସ୍ବଭାବର ହେବେ। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପ୍ରିୟ ବାକ୍ୟ ବ୍ୟବହାର କରି କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ। ସାହସୀ ଓ ଜ୍ଞାନୀ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ।

ମୀନ: ଧୈର୍ଯ୍ୟବାନ୍‌ ହୋଇ ସଫଳତା ପ୍ରାପ୍ତ ହେବେ। ମୂଲ୍ୟବାନ୍‌ ଦ୍ରବ୍ୟ କରିପାରନ୍ତି। ସୁସ୍ଥ ନିରାମୟ ରହିବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

Comments are closed.