ରବିବାର ରାଶିଫଳ

0

ମେଷ: ନିର୍ମାଣ କାର୍ଯ୍ୟରେ ଅଗ୍ରଗତି ଦେଖାଦେବ। ସାଙ୍ଗ ସାଥୀଙ୍କ ସହିତ ସମୟ ବିତାଇ ପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବୀ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ କଥାରେ ପରିଚାଳିତ ହେବେ।
ବୃଷ: ବ୍ୟବସାୟ କାରବାରରେ ବୃଦ୍ଧି ଘଟିବ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ବଦଖର୍ଚ୍ଚୀ ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଚାକିରିରେ ସୁନାମ ମିଳିବ।
ମିଥୁନ: ସତ୍ୟନିଷ୍ଠ ଭାବେ କାର୍ଯ୍ୟ କରିବେ। ନିଜ ସମ୍ମାନକୁ ଜଗି ଚଳିବାକୁ ପଡ଼ିବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆସନ୍ନ ପ୍ରସବା ଥିଲେ କନ୍ୟା ସନ୍ତାନ ଜାତ ହୋଇପାରେ। ଆକସ୍ମିକ ଭାବେ ଧନଲାଭ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।
କର୍କଟ: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯିବେ। କଳହଠାରୁ ଦୂରେଇ ରହିବେ। ଉଦାର ସ୍ୱଭାବର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ବ୍ୟକ୍ତି ବିଶେଷ ଭାବେ ନିଜର ପରିଚୟ ସୃଷ୍ଟି କରିବେ। କୃଷି କର୍ମ ଉପରେ ଗୁରୁତ୍ୱ ଦେବେ। ବୁଦ୍ଧିମାନ୍‍ ହେବେ।
ସିଂହ: ନିଜ ପ୍ରତି ଅବଜ୍ଞା ଅନୁଭବ କରିପାରନ୍ତି। ସମ୍ମାନିତ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ୱର ପରିଚୟ ଦେବେ। ମଧୁର ଭାଷୀ ହେବେ। ପ୍ରେମୀ ଓ ସାହସୀ ହୋଇପାରନ୍ତି।
କନ୍ୟା: ଦୃଢ଼ ମନୋବଳ ନେଇ କାର୍ଯ୍ୟ କରିବେ। ମନଇଚ୍ଛା କିଛି ନ କରି ପରାମର୍ଶ ନେଇ କାର୍ଯ୍ୟ କଲେ ଶୁଭଫଳ ମିଳିବ। ଭାଗ୍ୟବାନ ହେବେ। ପରଦେଶବାସୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ମିଳିପାରେ।
ତୁଳା: ଆୟ ବୃଦ୍ଧିର ସୂଚନା ମିଳୁଛି। ଶ୍ରୀଚନ୍ଦ୍ର ଭୋଗ ହେତୁ ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ବଳଶାଳୀ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବା ସହ ଧନଲାଭ ହେବ। ବିଦ୍ୱାନ୍‍ ଓ ଶାସ୍ତ୍ରଜ୍ଞ ହେବେ।
ବିଛା: ଭଲ ଆୟର ସମୟ ଉପସ୍ଥିତ। ବ୍ୟୟ ବୃଦ୍ଧିର ମଧ୍ୟ ସୂଚନା ମିଳୁଛି। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ଭାଷା ଓ ବ୍ୟବହାରରେ ଆଦରଣୀୟ ହେବେ। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ।
ଧନୁ: ଭ୍ରମଣ ଯୋଗ ଅଛି। ଅର୍ଥାଗମର ସୂଚନା ମିଳୁଛି। ସୁସ୍ଥ ନିରାମୟ ଜୀବନ ଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷରୁ ଅର୍ଥ ପାଇବେ।
ମକର: ଦୂରଯାତ୍ରା ଫଳପ୍ରଦ ହେବ। କୁଳଦୀପକ ହୋଇପାରନ୍ତି। ମନରେ ପ୍ରସନ୍ନତା ଦେଖା ଦେବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପରିବାର ପ୍ରତି ସ୍ନେହ ସଦିଚ୍ଛା ରହିବ।
କୁମ୍ଭ: ସେବାକୁ ଧର୍ମ ଭାବେ ଗ୍ରହଣ କରିବେ। ଭାଗ୍ୟଶାଳୀ ହେବେ। ବିଳାସ ବ୍ୟସନ ମଧ୍ୟରେ ଦିନଟି ଅତିବାହିତ କରିବେ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିପାରନ୍ତି। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ହେବେ। ଶି​‌େ​‌ଳ୍ପାଦ୍ୟୋଗୀ ହୋଇପାରନ୍ତି।
ମୀନ: ଅଜାଣତରେ କ୍ଷତି ସହିପାରନ୍ତି। ସାମାନ୍ୟ ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟରେ ଲାଭବାନ୍‍ ହେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଉଚ୍ଚସ୍ଥାନ ଆରୋହଣ ଓ ଜଳଯାତ୍ରା କରିବା ଅନୁଚିତ ହେବ।

Leave A Reply