ସୋମବାର ରାଶିଫଳ

ମେଷ: ରୋଜଗାର ଯଥେଷ୍ଟ ପରିମାଣର ହୋଇପାରେ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭ ହେବ। ସୁସ୍ଥ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବୃଷ: ବନ୍ଧୁମେଳରେ ଦିନ ବିତାଇ ପାରନ୍ତି। କାର୍ଯ୍ୟରେ ବାଧା ଉପୁଜିପାରେ। ଚଞ୍ଚଳ ସ୍ବଭାବର ହେବେ। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ମଧୁରଭାଷୀ ହେବେ। ଅତିଥି ସତ୍କାରରେ ଖର୍ଚ୍ଚାନ୍ତ ହେବା ଆଶା କରାଯାଏ।

ମିଥୁନ: ଆୟର ମାତ୍ରା ବୃଦ୍ଧି ପାଇବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ବିଭାଗୀୟ ସ୍ତରରେ ସମ୍ମାନିତ ହେବେ। ଗୃହ ଓ ଯାନବାହାନ ସୁଖ ମିଳିବ।

କର୍କଟ: କାର୍ଯ୍ୟରେ ସଫଳତା ଲାଭ କରିବେ। ପରିବାର ମଧ୍ୟରେ ମର୍ଯ୍ୟାଦା ସମ୍ପନ୍ନ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।

ସିଂହ: ଭାଗ୍ୟଶାଳୀ ହେବେ। ଭୋଗ ବିଳାସରେ ସମୟ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସ ପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କନ୍ୟା: ପ୍ରିୟଜନ ଆଡ଼ ହେବାର ସୂଚନା ମିଳୁଛି। ହୃଦୟରେ ଈର୍ଷା ଜାତ ହୋଇପାରେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଉଚ୍ଚସ୍ଥାନ ଆରୋହଣ ଓ ଜଳଯାତ୍ରା ନିଷେଧ।

ତୁଳା: ଦୂରଯାତ୍ରା ଲାଭଜନକ ହୋଇପାରେ। ବନ୍ଧୁ ସହଯୋଗ ପାଇ ଖୁସି ହୋଇପାରନ୍ତି। କୁଳଦୀପକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ଲାଗି ପଡ଼ିବେ।

ବିଛା: ଶତ୍ରୁର ଆକ୍ରମଣ ପାଇଁ ଭୟଭୀତ ନ ହୋଇ ସଜାଗ ହେବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଶରୀର ସୁସ୍ଥ ରହିବ। ଶାନ୍ତିମାନ ହୋଇ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଚମତ୍କାରିକ ଲାଭପ୍ରାପ୍ତ ହେବ। ମନ୍ଦାଗ୍ନି ଭୋଗ କରିପାରନ୍ତି।

ଧନୁ: ବନ୍ଧୁ ସହଯୋଗ ମିଳିପାରେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହୋଇପାରନ୍ତି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ।

ମକର: ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମକୁ ପାଥେୟ କରି ସେବା ମନୋଭାବର ହେବେ। ବ୍ୟକ୍ତିତ୍ୱର ବିକାଶ ଘଟିବ। ସ୍ୱାସ୍ଥ୍ୟ ଭଲ ରହିବ। କୃଷି ଉପରେ ଗୁରୁତ୍ୱାରୋପ କରିପାରନ୍ତି। ଜଳ ପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନର ପରିଚୟ ଦେବେ।

କୁମ୍ଭ: କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମଧୁରଭାଷୀ ହେବେ। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କ ଠାରୁ ଆଦର, ସମ୍ମାନ ମିଳିବ। ତପସ୍ୱୀ ହେବେ।

ମୀନ: ଭୂମି ଲାଭର ସୁଯୋଗ ଅଛି। ଧନାଗମର ସୂଚନା ମିଳୁଛି। ଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ସ୍ତ୍ରୀ ବିଳାସୀ ହେବେ। ମିତ୍ର ସୁଖ ଲାଭ କରିବେ। ବ୍ୟବସାୟ ଲାଭଜନକ ହେବ।

Comments are closed.