ଶନିବାର ରାଶିଫଳ

0

ମେଷ: ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଠାକୁରଙ୍କ ଦର୍ଶନ ଲାଭ କରିବାର ସୁଯୋଗ ସୃଷ୍ଟି ହୋଇଛି। ଅଶାନ୍ତିର ମାତ୍ରା କମିବ। ସରକାରୀ ସ୍ତରରୁ ଲାଭ ମିଳିବ।

ବୃଷ: ଆଜି ଦିନଟି ସାବଧାନତାର ସହ ଚଳିବାକୁ ପଡ଼ିବ; ତଥାପି ଆଶାବାଦୀ ହୋଇପାରନ୍ତି। ସ୍ୱଅର୍ଜିତ ଧନ ଭୋଗ କରିପାରନ୍ତି। ଆକସ୍ମିକ ସମସ୍ୟା ଦେଖା ଦେଇପାରେ। ଉପଯୁକ୍ତ ପରାମର୍ଶ ଗ୍ରହଣ କରି ବିପଦ ଟାଳିବେ।

ମିଥୁନ: ସୁଖ ସମ୍ମାନ ଲାଭ କରି ପାରନ୍ତି। ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ ହେବେ। ଉତ୍ତମ ଭୋଜନ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସ୍ୱାସ୍ଥ୍ୟ ଭଲ ରହିବ। ଚିନ୍ତାଧାରା ଉନ୍ନତମାନର ହୋଇପାରେ।

କର୍କଟ: ସ୍ୱାଧୀନ ଚିନ୍ତାଧାରାରେ କାର୍ଯ୍ୟ କରିବା ସମ୍ଭବପର ନୁହେଁ। କାର୍ଯ୍ୟ ହାନି ଘଟିପାରେ। ଅଯଥା ବିତର୍କରେ ଭାଗ ନ ନେଇ ଚୁପ୍‍ ରହିବା ଭଲ। ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ଯଶସ୍ୱୀ ହେବେ। ସରକାରୀ ଅର୍ଥ ମିଳିପାରେ।

ସିଂହ: ସୁ-ସମ୍ବାଦ ପାଇ ଖୁସି ହୋଇପାରନ୍ତି। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ପରୋପକାରୀ ହେବେ। ଶ୍ରେଷ୍ଠ ମାନ୍ୟତା ମିଳିବ।

କନ୍ୟା: ଶୁଭ ଖବର ମିଳିବ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ଦିନଟି ପ୍ରଶସ୍ତ ରହିଛି। ବିବାଦୀୟ କ୍ଷେତ୍ରରେ ବିଜୟୀ ହେବେ। କୀର୍ତ୍ତିମାନ ହେବେ। ବହୁବିଧ ଧନ ମିଳିବ।

ତୁଳା: ସୁଖ-ସନ୍ତୋଷରେ ଦିନଟି ଅତିବାହିତ ହେବ। କାର୍ଯ୍ୟରେ ସଫଳତା ପାଇପାରନ୍ତି। କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‍ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟ ଲାଭ କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବିଛା: କାର୍ଯ୍ୟକ୍ଷେତ୍ରରେ ଢ଼େର ଉନ୍ନତି ଘଟିବ। ଧନକ୍ଷୟ ହେବାର ସମ୍ଭାବନା ଅଛି। ସାମାନ୍ୟ ମାତ୍ରାର ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି। ବ୍ୟୟଭାର ବୃଦ୍ଧି ହୋଇପାରେ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଯାନବାହନ ଚଳାଚଳରେ ସତର୍କ ରହିବେ।

ଧନୁ: ମନସ୍କାମନା ପୂର୍ଣ୍ଣ ହେବ। ଉତ୍ସାହିତ ହୋଇ କାର୍ଯ୍ୟ ସମ୍ପାଦନ କରିବେ। ସୁଖକର ଘଟଣାମାନ ଘଟିପାରେ। କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ସୁଖାଦ୍ୟ ମିଳିବ। ଆନନ୍ଦ ଉପଭୋଗ କରିପାରନ୍ତି।

ମକର: ନିଜ ଗୃହକୁ ସଜାଡ଼ି ପ୍ରସ୍ତୁତ ହୋଇ ରହିପାରନ୍ତି। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ସୁ-ସମ୍ବାଦ ପାଇ ଆନନ୍ଦ ଅନୁଭବ କରିପାରନ୍ତି। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭ କାର୍ଯ୍ୟ କରଣୀୟ। ଋଣ ପରିଶୋଧ କରିବେ।

କୁମ୍ଭ: ଚଞ୍ଚଳ ପ୍ରକୃତିର ହେବେ। ଅଧ୍ୟୟନରତ ହୋଇପାରନ୍ତି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଶୁଭ ସମାଚାର ପାଇ ଖୁସି ହେବେ। ଦିନଟି ମଧ୍ୟମ ଧରଣର। ଦାମ୍ପତ୍ୟ ଜୀବନ ସୁଖ ପ୍ରଦ ହେବ। ବୁଦ୍ଧିମତ୍ତାର ପରିଚୟ ସୃଷ୍ଟି କରିବେ।

ମୀନ: ପ୍ରତ୍ୟେକ କାର୍ଯ୍ୟ କରିବା ପୂର୍ବରୁ ବିଜ୍ଞ ଲୋକଙ୍କ ପରାମର୍ଶ ନେବାକୁ ପଡ଼ିବ। ପରିଶ୍ରମ ମୂଲ୍ୟାଙ୍କନ ହେବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ବଂଶର ମୁଖ୍ୟ ହୋଇ ପାରନ୍ତି। ଶୋଭନ ପୌରୁଷର ଅଧିକାରୀ ହେବେ।

Leave A Reply