ସୋମବାର ରାଶିଫଳ

ମେଷ: ଭ୍ରମଣାଦିରେ ଶାନ୍ତି ମିଳିବ। ଦିନସାରା କାର୍ଯ୍ୟ ବ୍ୟସ୍ତ ରହିବେ। ପରିବାରର ମର୍ଯ୍ୟାଦା ରକ୍ଷାକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।

ବୃଷ: ଅର୍ଥାଭାବ ଦୂରେଇ ଯିବ। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ମିଥୁନ: ବନ୍ଧୁ ସହଯୋଗ ମିଳିପାରେ। ସୁଖ-ସମ୍ମାନ ଲାଭ କରିପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସର୍ଦ୍ଦି ଓ କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କ ରହିବେ।

କର୍କଟ: ବନ୍ଧୁଙ୍କ ଦ୍ୱାରା ଉପକୃତ ହେବେ। ବ୍ୟବସାୟ ଲାଭଜନକ ହେବ। ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି। ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ପରାମର୍ଶରେ ଚାଲିଲେ ବିଶେଷ ଉପକୃତ ହେବେ। ସୁଖ ମିଳିବ।

ସିଂହ: ଅଭାବ-ଅନଟନ ମେଣ୍ଟାଇବାରେ ସମର୍ଥ ହେବେ। ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡ଼ିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ମିଳିବ।

କନ୍ୟା: ନୂତନ ମୂଲ୍ୟବାନ୍‍ ଦ୍ରବ୍ୟ ପ୍ରାପ୍ତିର ସୂଚନା ମିଳୁଛି। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭ ହୋଇପାରେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟାପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ବୋହିବ। ବ୍ୟବସାୟରୁ ଅଧିକ ଧନଲାଭ ହୋଇପାରେ।

ତୁଳା: ଅନେକ କ୍ଷେତ୍ରରେ ଲାଭବାନ୍‍ ହେବେ। ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମକୁ ଶ୍ରେୟ ମଣିବେ। ସୁଖୀ ହେବେ। ବ୍ୟକ୍ତିତ୍ୱର ବିକାଶ ଘଟାଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କାର୍ଯ୍ୟରେ ନିଜର ଦକ୍ଷତା ପ୍ରତିପାଦନ କରିପାରନ୍ତି।

ବିଛା: ମନୋବଳ ଦୃଢ଼ ରହିବ। ମନପ୍ରସନ୍ନ ରହିବ। ଆସ୍ତିକ ହେବେ। ଧର୍ମ ଭାବାପନ୍ନ ହୋଇପାରନ୍ତି। ମଧୁରଭାଷୀ ହେବେ। ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଭୋଗ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କ ଠାରୁ ଆଦର ମିଳିବ।

ଧନୁ: ପଡ଼ୋଶୀ ଓ ଅଧସ୍ତନମାନଙ୍କ ସହଯୋଗ ପାଇବେ। ଆଶାବାଦୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ବିବାଦରେ ବିଜୟୀ ହେବେ। ବିଭିନ୍ନ ଦିଗରୁ ଧନାଗମ ହେବ।

ମକର: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଆୟ ପରିମାଣ ବୃଦ୍ଧି ପାଇବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଐଶ୍ୱର୍ଯ୍ୟଯୁକ୍ତ ହେବେ। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଚିନ୍ତାଧାରା ଉନ୍ନତ ହେବ।

କୁମ୍ଭ: ଉପୁଜିଥିବା ସମସ୍ୟାର ସମାଧାନ କରିବାରେ ସଫଳ ହେବେ। ଭ୍ରମଣ ଯୋଗ ଅଛି। ଚଞ୍ଚଳ ସ୍ୱଭାବର ହେବେ। କଥାଶୈଳୀରେ ପରକୁ ଆପଣାର କରିବାରେ ସିଦ୍ଧହସ୍ତ ହେବେ। ଏହି କାର୍ଯ୍ୟ ପାଇଁ ଖର୍ଚ୍ଚାନ୍ତ ହେବେ। ଧାର୍ମିକ ପ୍ରବୃତ୍ତିର ହେବେ।

ମୀନ: କାର୍ଯ୍ୟରେ ସଫଳତା ଲାଭ କରିବେ। ଆୟ ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଅର୍ଥପ୍ରାପ୍ତିର ସୂଚନା ମିଳୁଛି।

Comments are closed.