ବୁଧବାର ରାଶିଫଳ

0

ମେଷ: ଭାଗ୍ୟଶାଳୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବାର ସୂଚନା ମିଳୁଛି। ସମ୍ମାନନୀୟ ବ୍ୟକ୍ତି ବିଶେଷ ଭାବେ ମର୍ଯାଦା ପ୍ରାପ୍ତ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଉଦାର ବିଦ୍ୟାପ୍ରେମୀ ହେବେ।

ବୃଷ: ଚାକିରି କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ସୁଖ-ସମ୍ମାନ ଲାଭ କରିପାରନ୍ତି। ବ୍ୟୟ ଅପେକ୍ଷା ଆୟ ଅଧିକତର ହୋଇପାରେ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଅର୍ଥ ମିଳିବ।

ମିଥୁନ: ଆକସ୍ମିକ ଭାବେ ଧନପ୍ରାପ୍ତ ହେବ। ବ୍ୟୟ ପରିମାଣ ବୃଦ୍ଧି ପାଇପାରେ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ମଧୁରଭାଷୀ ହେବେ। ଧାର୍ମିକ ପ୍ରବୃତ୍ତିର ହେବେ। ସାହସୀ ଓ ଜ୍ଞାନୀ ହେବେ।

କର୍କଟ: ସୁଖ, ସନ୍ତୋଷ ଲାଭ କରିବେ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରି ପାରନ୍ତି। ଯଶସ୍ୱୀ ହେବେ। ଲୋକ ପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀସ୍ତରରୁ ଅର୍ଥ ପ୍ରାପ୍ତି ସହ ସମ୍ମାନିତ ହେବେ।

ସିଂହ: ମନକୁ ଘାରୁ ଥିବା ଆଶଙ୍କା ଦୂରେଇ ଯିବ। ଭ୍ରମଣ ଯୋଗ ଅଛି। ନିଜ ପରିବାରର ମୁଖ୍ୟ ଭୂମିକା ଗ୍ରହଣ କରିବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ।

କନ୍ୟା: ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ଭାଗ୍ୟଶାଳୀ ହେବେ। ବିଳାସପୂର୍ଣ୍ଣ ଜୀବନ ଯାପନ କରିପାରନ୍ତି। ସୁଖ ସମୃଦ୍ଧିର ସମୟ ଉପସ୍ଥିତ। ଧର୍ମାତ୍ମା ପ୍ରବାସ ପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍‍ ହେବେ।

ତୁଳା: ଚିନ୍ତିତ ହୋଇପାରନ୍ତି। ବନ୍ଧୁ ମିଳନ ଘଟିବାର ସମ୍ଭାବନା ଅଛି। ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି। ଭାଗୁଆଳି ବ୍ୟବସାୟ ଲାଭଜନକ ହୋଇପାରେ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ହେବେ।

ବିଛା: ଦୂରବନ୍ଧୁଙ୍କ ଦ୍ୱାରା ଉପକୃତ ହେବେ। ସୁଖ-ସମ୍ମାନ ଲାଭ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସେବା ମନୋଭାବର ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ମନରେ ଅହଂଭାବ ଆସିପାରେ। ପତ୍ନୀଙ୍କ ଇଙ୍ଗିତରେ ଚଳିବେ।

ଧନୁ: ଐତିହ୍ୟ ଓ ପରମ୍ପରା କାର୍ଯ୍ୟରେ ମନୋନିବେଶ କରିପାରନ୍ତି। ପରିସ୍ଥିତିକୁ ଅନୁଧ୍ୟାନ କରି କେତେକ କ୍ଷେତ୍ରରେ ନୀରବ ଦର୍ଶକ ସାଜି ପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଚକ୍ଷୁ ଯନ୍ତ୍ରଣା ଅନୁଭବ କରିବେ। ଶତ୍ରୁହନ୍ତା ହୋଇପାରନ୍ତି।

ମକର: ଲୋକ ସଂପର୍କ ବୃଦ୍ଧି ପାଇପାରେ। ବାଦ-ବିବାଦରେ ବିଜୟୀ ହେବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ହଠାତ୍‍ କିଛିଧନ ମିଳିପାରେ। ବ୍ୟବସାୟରେ ପ୍ରଚୁର ଧନଲାଭ ହୋଇପାରେ। ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱଯୁକ୍ତ ହେବେ।

କୁମ୍ଭ: ଅଳ୍ପକେ ରକ୍ଷା ପାଇଯିବେ। ପରିଶ୍ରମର ମୂଲ୍ୟାଙ୍କନ ହେବ। ଉଦାର ସ୍ୱଭାବର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମରେ ଧ୍ୟାନ ଦେବେ।

ମୀନ: ସଞ୍ଚୟାଭିମୁଖୀ ହୋଇପାରନ୍ତି। ମନରେ ଦ୍ୱିଧାଭାବ ଜାତ ହୋଇପାରେ। ମନ ପ୍ରସନ୍ନ ରହିବ। ଆସ୍ତିକ ଓ ମଧୁରଭାଷୀ ହେବେ। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଠାରୁ ଆଦର, ସମ୍ମାନ ପାଇ ଖୁସି ହେବେ।

Leave A Reply