ସୋମବାର ରାଶିଫଳ

0

ମେଷ: ପ୍ରବଳ ଉତ୍ସାହ ଉଦ୍ଦିପନା ମାଧ୍ୟମରେ କାର୍ଯ୍ୟ ସମ୍ପାଦନ କରିପାରନ୍ତି। କଳହଠାରୁ ଦୂରେଇ ରହିବାକୁ ପଡ଼ିବ। କେତେକ କ୍ଷେତ୍ରରେ ଭଲ ବୁଝାମଣା ଘଟିପାରେ। ପରିଶ୍ରମର ମୂଲ୍ୟ ମିଳିବ। କୃଷିକର୍ମରୁ ଲାଭବାନ୍‌ ହେବେ।

ବୃଷ: ଭୋଜନାଦିରେ ଆନନ୍ଦ ଅନୁଭବ କରିପାରନ୍ତି। କର୍ମକ୍ଷେତ୍ର ଉତ୍ସାହପୂର୍ଣ୍ଣ ହୋଇପାରେ। ଆର୍ଥିକ କ୍ଷେତ୍ର ସ୍ବଚ୍ଛଳ ରହିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଦେବଦର୍ଶନ କରିପାରନ୍ତି। ସରକାରୀ ସ୍ତରରୁ ଲାଭ ମିଳିବ।

ମିଥୁନ: ନିଜ ସମ୍ମାନକୁ ଜଗି ଚଳିବାକୁ ପଡ଼ିବ। ମନରେ ଦ୍ବିଧାଭାବ ଜାତ ହୋଇପାରେ। ମନରେ ବିଷାଦ ଭାବ ଜାତ ହୋଇପାରେ। ବିଭିନ୍ନ ଦିଗରୁ ଧନାଗମ ହୋଇପାରେ। ଅତି ସୁଖୀ ଓ କୀର୍ତ୍ତିମାନ୍‌ ହୋଇପାରନ୍ତି। ତ୍ୟାଗଶୀଳ ଓ ନୀତିଜ୍ଞ ହେବେ।

କର୍କଟ: ପାରିବାରିକ ଜଞ୍ଜାଳ ବଢ଼ିବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନ ମିଳିବ। ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭାବନ୍‍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ। ନୂଆ ବନ୍ଧୁ ଜୁଟିବେ।

ସିଂହ: ଅଯଥା ବିତର୍କରେ ଭାଗ ନ ନେଇ ଚୁପ୍‍ ରହିବା ଭଲ ହେବ। ଖର୍ଚ୍ଚାନ୍ତ ହୋଇପାରନ୍ତି। ବ୍ୟୟ ପରିମାଣ ବୃଦ୍ଧି ପାଇବ। ସରଳ ବାକ୍ୟ ବିନିମୟରେ ପରକୁ ଆପଣାର କରିପାରନ୍ତି। ପରୋପକାରୀ ହେବେ। ଚକ୍ଷୁପୀଡ଼ା ଉପୁଜିବ।

କନ୍ୟା: ଠାକୁର ଦର୍ଶନ କରି ଆନନ୍ଦ ଅନୁଭବ କରିପାରନ୍ତି। ଶୁଭଖବର ପାଇ ଆନନ୍ଦ ଅନୁଭବ କରବେ। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ସତ୍‍କର୍ମରେ ନିଜକୁ ନିୟୋଜିତ କରିବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ତୁଳା: ଦ୍ରବ୍ୟ ନଷ୍ଟ ହେବାର ସୂଚନା ମିଳୁଛି। କର୍ମ ଚଞ୍ଚଳ ରହିପାରନ୍ତି। ସୁ-ସମ୍ବାଦ ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ସାବ୍ୟସ୍ତ ହୋଇଛି। ବିଜୟୀ ହେବେ।

ବିଛା: କାର୍ଯ୍ୟରେ ସଫଳତା ମିଳିବ। ଚିନ୍ତାଯୁକ୍ତ ହୋଇପାରନ୍ତି। ଅଧିକ କ୍ଷମତା ହାତକୁ ଆଣି ତା’ର ସଦ୍‍ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଦିନଟି ମଧ୍ୟମ ଧରଣର ହୋଇପାରେ।

ଧନୁ: ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହୋଇପାରେ। ଅର୍ଥ ଟାଣଟୁଣ ରହିବ। ଯୁଗ୍ମ ବ୍ୟବସାୟ ଲାଭଜନକ ହୋଇପାରେ। ସ୍ୱାଭିମାନୀ ହୋଇପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତା ଜରୁରୀ।

ମକର: ପଡ଼ୋଶୀଙ୍କ ସହିତ ମନୋମାଳିନ୍ୟ ଘଟିପାରେ। ବନ୍ଧୁ ମିଳନ ଘଟିବାର ସମ୍ଭାବନା ଅଛି। ସୁଖକର ଘଟଣାମାନ ଘଟିପାରେ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। ସୁଖାଦ୍ୟ ମିଳିବ।

କୁମ୍ଭ: ଇଚ୍ଛା କରୁଥିବା କାର୍ଯ୍ୟ ହାତକୁ ଆସିବ ଓ ସେହି କାର୍ଯ୍ୟର ସଫଳ ରୂପାୟନ କରି ଆତ୍ମ ସନ୍ତୋଷ ଲାଭ କରିପାରନ୍ତିି। ଶତ୍ରୁ ପରାଜିତ ହେବ। ମାନସିକ ଶାନ୍ତି ଫେରି ପାଇବେ। ଶୁଭ ଖବର ପାଇବେ। ଶୁଭକାର୍ଯ୍ୟ କରଣୀୟ। ଋଣ ପରିଶୋଧ କରିବେ।

ମୀନ: କାର୍ଯ୍ୟରେ ଉନ୍ନତି ଘଟିପାରେ। ନିଜକୁ କଳହମୁକ୍ତ ରଖିବାକୁ ଚେଷ୍ଟା କରିପାରନ୍ତି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁ-ସମ୍ବାଦ ପାଇ ଖୁସି ହୋଇପାରନ୍ତି। ଦିନଟି ଭିତରେ ଭଲ-ମନ୍ଦ ମିଶ୍ରିିତ ଫଳ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

Leave A Reply