ବୁଧବାର ରାଶିଫଳ

0

ମେଷ: ବିଭିନ୍ନ ଦିଗରୁ ଧନ ଲାଭର ସୁଯୋଗ ସୃଷ୍ଟି ହୋଇଛି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହ ରାଜକୋଷରୁ ଅର୍ଥ ମିଳିବ।

ବୃଷ: ସରକାରୀ ଅର୍ଥ ପାଇ ଖୁସି ହେବେ। କର୍ମଚଞ୍ଚଳ ହୋଇପାରନ୍ତି। ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରିପାରନ୍ତି।

ମିଥୁନ: ଭାଗ୍ୟଶାଳୀ ହେବେ। ଦିନଟି ଭୋଗବିଳାସରେ ଅତିବାହିତ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଧର୍ମାତ୍ମା ପ୍ରବାସ ପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ସୁଖ ମିଳିବ।

କର୍କଟ: ପରିବେଶ ଆପଣଙ୍କ ପାଇଁ ଲାଭଜନକ ହେବ। ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି। ଈର୍ଷା ପରିତ୍ୟାଗ କଲେ ସଫଳତା ମିଳିବ। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ କିଛିଟା ଲାଭ ମିଳିବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ହେବେ।

ସିଂହ: ନିଜ କାର୍ଯ୍ୟର ସମୀକ୍ଷା କରିପାରନ୍ତି। ବିଶ୍ରାମ ନେବାକୁ ଇଚ୍ଛା ପ୍ରକାଶ କରିବେ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାପ୍ରତି ମନ ବଳାଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ ପରାମର୍ଶ ଗ୍ରହଣ କରିବେ। ବନ୍ଧୁ ସୁଖ ମିଳିବ।

କନ୍ୟା: ଆର୍ଥିକ ସ୍ତରରେ ଲାଭବାନ ହେବେ। ଶତ୍ରୁ ଦମନ କରି ଆଶ୍ୱସ୍ତ ହେବେ। ଅନାବଶ୍ୟକ ଖର୍ଚ୍ଚ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଚାକିରି ବା କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ।

ତୁଳା: ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ହଠାତ୍‌ କିଛି ଧନଲାଭ ହେବ। ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ। ବ୍ୟବସାୟରୁ ପ୍ରଚୁର ଧନ ଲାଭ ହୋଇପାରେ। ଧାର୍ମିକ ଓ ତେଜସ୍ୱୀ ହେବେ।

ବିଛା: ଉଦାର ସ୍ୱଭାବର ହୋଇପାରନ୍ତି। ଦାନଶୀଳ ହେବାର ସୂଚନା ମିଳୁଛି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହୋଇପାରନ୍ତି। ସ୍ୱାସ୍ଥ୍ୟ ଅତୁଟ ରହିବ। କୃଷିକ୍ଷେତ୍ରକୁ ତ୍ୱରାନ୍ୱିତ କରିବେ। ଜଳ ପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ ହେବେ।

ଧନୁ: କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି। ଆପଣଙ୍କ ଶ୍ରମର ମୂଲ୍ୟାଙ୍କନ ହେବ। ମନପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି। ମଧୁରଭାଷୀ ହେବେ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ମେଳାପୀ ହେବେ। ବିବାଦରେ ବିଜୟୀ ହେବେ।

ମକର: ରିଷ୍ଟ ଖଣ୍ଡନ ପାଇଁ ମା’ ବଗଳାମୁଖୀଙ୍କୁ ଧ୍ୟାନ କରନ୍ତୁ। ଆଳସ୍ୟ ପରାୟଣ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ଲାଭ କରିବେ। ସ୍ତ୍ରୀ ବିଳାସୀ ହେବେ।

କୁମ୍ଭ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ସରକାରୀ ଓ ବନ୍ଧୁ ସହାୟତାରୁ ଲାଭବାନ ହୋଇପାରନ୍ତି। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ରୋଜଗାର ଆଶାନୁରୂପ ହେବ। ମାଲିମୋକଦ୍ଦମାରେ ବିଜୟୀ ହେବା ସହ ଅର୍ଥ ମିଳିବ।

ମୀନ: ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ଚଞ୍ଚଳ ସ୍ୱଭାବର ହେବେ। ଅଧିକ ବ୍ୟୟର ସମ୍ମୁଖୀନ ହେବେ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ମଧୁରଭାଷୀ ହେବେ। ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି। ବିବାଦୀୟ ବିତର୍କରୁ ଓହରି ଯାଅନ୍ତୁ।

Leave A Reply