ବୁଧବାର ରାଶିଫଳ

ମେଷ: କାର୍ଯ୍ୟ ହାସଲ ପାଇଁ ଉଦ୍ୟମ ଜାରି ରଖିବେ। ଶତ୍ରୁର କାର୍ଯ୍ୟକଳାପ ଉପରେ କ୍ରୋଧ ପ୍ରକାଶ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଶକ୍ତିମାନ୍‌ ହେବେ। ଶତ୍ରୁହନ୍ତା ହେବେ।

ବୃଷ: ବାଧ୍ୟ-ବାଧକତା​‌େ​‌ର କାର୍ଯ୍ୟ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଉଠାଣ ଆପଣଙ୍କ ସପକ୍ଷରେ ଯାଇପାରେ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ଧାର୍ମିକ, ତେଜସ୍ବୀ ଓ ବିବେକୀ ହେବେ।

ମିଥୁନ: ଉଦାର ସ୍ୱଭାବର ହେବେ। ହର୍ଷଯୁକ୍ତ ଓ ଦାନଶୀଳ ହୋଇପାରନ୍ତି। ନୀତିନିଷ୍ଠ ବ୍ୟକ୍ତିଭାବେ ପଦ-ମର୍ଯ୍ୟଦାର ଅଧିକାରୀ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। କୃଷି କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ।

କର୍କଟ: ମାଲିମୋକଦ୍ଦମାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ମନ ପ୍ରସନ୍ନ ରହିବ। ଧାର୍ମିକ ପ୍ରବୃତ୍ତିର ହେବେ। ଦାନଶୀଳ ହୋଇପାରନ୍ତି। ସାହସୀ ବଦନଯୁକ୍ତ ହେବେ। ପ୍ରେମୀ ଓ ସାହସୀ ହେବେ। ବନ୍ଧୁ ପ୍ରେମୀ ଓ ବିଦ୍ୱାନ୍‍ ହେବେ।

ସିଂହ: ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। ଭାଗ୍ୟଶାଳୀ ହୋଇପାରନ୍ତି। ଜଣେ ଉତ୍ତମ ବ୍ୟକ୍ତିଭାବେ ସାମାଜିକ ସ୍ତରରେ ଆଦରଣୀୟ ହେବେ। ପରଦେଶବାସୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ଧନଲାଭ ହେବ।

କନ୍ୟା: ସ୍ନେହ ବଶତଃ ଅନ୍ୟର ନିୟନ୍ତ୍ରଣରେ ରହିପାରନ୍ତି। ସୌଜନ୍ୟତାର ପରିପ୍ରକାଶ ଘଟିବ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। ରୋଜଗାରର ମାତ୍ରା ବୃଦ୍ଧି ହେବ। ମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭର ସୂଚନା ମିଳୁଛି।

ତୁଳା: ସେବା କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ପଥରୋଧର ସମ୍ମୁଖୀନ ହେବେ। ଚଞ୍ଚଳ ସ୍ୱଭାବର ହେବେ। ବ୍ୟୟବୃଦ୍ଧିର ସୂଚନା ମିଳୁଛି। ମିଷ୍ଟଭାଷୀ ହେବେ। ରାଜଯୋଗ ଅଛି। ଶ୍ରେଷ୍ଠ ପଦ-ପଦବୀରେ ମଣ୍ଡିତ ହୋଇପାରନ୍ତି। ସାହସୀ ହେବେ।

ବିଛା: କର୍ମକ୍ଷେତ୍ର ସହଜ ଓ ସୁଗମ ହେବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ପତ୍ନୀ ସୁଲକ୍ଷଣା ହେବେ।

ଧନୁ: ଯାତ୍ରାଦିରେ ବନ୍ଧୁ-ବାନ୍ଧବୀଙ୍କ ସହିତ ସମ୍ମାନିତ ହେବେ। କର୍ମତତ୍ପରତା ପ୍ରକାଶ ପାଇବ। କୁଳଦୀପକ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ।

ମକର: ଠାକୁରଙ୍କ ଦର୍ଶନ ଲାଭ କରି ଶାନ୍ତି ପାଇବେ। ସେବା-ପୂଜାରେ ମନୋନିବେଶ କରିପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗ ବିଳାସରେ ଦିନଟି ଅତିବାହିତ ହେବ। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ସମ୍ପତ୍ତିବାନ ହେବେ।

କୁମ୍ଭ: ନିଜ କାର୍ଯ୍ୟ ଆନନ୍ଦଦାୟକ ହେବ। ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି। ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ସର୍ଦି ତଥା କଫ ଜନିତ ପୀଡ଼ା ଅନୁଭବ କରିବେ। ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।

ମୀନ: ଦୃଢ଼ ମନୋବଳ ନେଇ କାର୍ଯ୍ୟ କରିବେ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ମନବଳାଇ ପାରନ୍ତି। ମନରେ ଅହଂଭାବ ଜାଗ୍ରତ ହୋଇପାରେ। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ ପରାମର୍ଶ ବିଶେଷ ଉପାଦେୟ ହେବ।

Comments are closed.