ସୋମବାର ରାଶିଫଳ

ମେଷ: ମିଳିଥିବା ସୁଯୋଗର ଉପଯୋଗ କରିପାରନ୍ତି। କାର୍ଯ୍ୟରେ ବିରୋଧତା ଆସିପାରେ। ଥଣ୍ଡା-କଫଜନିତ ପୀଡ଼ା ଭୋଗ କରିପାରନ୍ତି। ଚଞ୍ଚଳ ସ୍ବଭାବର ହେବେ। ମିଠା କଥା କହି ପରକୁ ଆପଣାର କରିପାରନ୍ତି। ଖର୍ଚ୍ଚାନ୍ତ ହେବେ। ସାହସୀ ହେବେ।

ବୃଷ: ଆୟ ଆଶାନୁରୂପ ହୋଇପାରେ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ତନ୍ତ୍ର-ମନ୍ତ୍ରାଦି ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ।

ମିଥୁନ: ଭଲ ରୋଜଗାର ହେବ। କାର୍ଯ୍ୟରେ ସଫଳତା ଲାଭ କରିପାରନ୍ତି। ନିଜ ପରିବାରର ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ହେବେ। ବ୍ୟବସାୟ ଲାଭଜନକ ହେବ।

କର୍କଟ: ପରୋପକାରୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ବିତାଇ ପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବା ଆଶାକରାଯାଏ।

ସିଂହ: ଶରୀର ସୁସ୍ଥ ରହିବ। କାର୍ଯ୍ୟ ହାନି ଘଟିପାରେ। ମାନସିକ ଅଶାନ୍ତି ଭୋଗ କରିପାରନ୍ତି। ଈର୍ଷାଳୁ ସ୍ୱଭାବର ହେବେ। ସ୍ୱାଭିମାନୀ ହେବେ। ଭାଗ ବ୍ୟବସାୟ ଲାଭଜନକ ହେବ। ସ୍ୱାଭିମାନୀ ହୋଇପାରନ୍ତି। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ହେବେ।

କନ୍ୟା: ବନ୍ଧୁ ସୁଖ ମିଳିବ। କୁଳ ଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବୀ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ।

ତୁଳା: ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ ସମ୍ପାଦନ କରିବେ। ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧାଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରିରେ ସୁନାମ ଅର୍ଜନ କରିବେ।

ବିଛା: ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଉଠାଣ ଆପଣଙ୍କ ସପକ୍ଷରେ ଯାଇପାରେ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ। ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ।

ଧନୁ: ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱ ବିକଶିତ ହେବ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ। ଯାନବାହନ ସୁଖ ମିଳିପାରେ।

ମକର: ମନ ପ୍ରଫୁଲ୍ଲ ରହିବ। ସମ୍ମାନିତ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି। ମିଷ୍ଟଭାଷୀ ହେବେ। ଥଣ୍ଡା-କଫ ଜନିତ ସାମାନ୍ୟ ପୀଡ଼ା ଭୋଗ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କ ଠାରୁ ଆଦର ମିଳିବ।

କୁମ୍ଭ: ବ୍ୟବସାୟରେ ଲାଭ-କ୍ଷତି ସମାନ୍ତରାଳ ଗତି କରିପାରେ। ଚିନ୍ତାଧାରା ଉନ୍ନତମାନର ହେବ। ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱର ବିକାଶ ଘଟିବ। ଆବଶ୍ୟକ ପଡ଼ିଲେ ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ।

ମୀନ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୋଜଗାର ଆଶାନୁରୂପ ହେବ। ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଐଶ୍ୱର୍ଯ୍ୟଯୁକ୍ତ ହେବେ। ରଣକ୍ଷେତ୍ରରେ ଅଥବା ମାଲିମୋକଦ୍ଦମାରେ ଜିଣି ଧନଲାଭ କରିପାରନ୍ତି। ଲୋକପ୍ରିୟ ହୋଇପାରନ୍ତି।

Comments are closed.