ରବିବାର ରାଶିଫଳ

0

ମେଷ: ଯାତ୍ରାକାଳୀନ ସଫଳତା ମିଳିବ। ପ୍ରତ୍ୟେକ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ଉଦ୍ୟମ ଚଳାଇ ପାରନ୍ତି। ହଠାତ୍‍ ସ୍ୱଳ୍ପଧନ ଲାଭ ହେବ। ବ୍ୟବସାୟରୁ ଅଧିକ ଲାଭ ମିଳିପାରେ। ଦାନ ଧର୍ମରେ ଦୀକ୍ଷିତ ହେବେ।

ବୃଷ: ଆଗଭର ହୁଅନ୍ତୁ ନାହିଁ। ଉଦାର ସ୍ୱଭାବର ହେବେ। ଶୋଭନ ବ୍ୟକ୍ତିତ୍ୱର ପରାକାଷ୍ଠା ପ୍ରତିପାଦନ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କାର୍ଯ୍ୟ ଉପରେ ଧ୍ୟାନ ଦେବେ। ଦାନଶୀଳ ହେବେ। ବୁଦ୍ଧିମାନ ହୋଇପାରନ୍ତି।

ମିଥୁନ: ଧର୍ମ କାର୍ଯ୍ୟରେ ଆଗ୍ରହୀ ହେବେ। କର୍ମ ଚଞ୍ଚଳ ରହିପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି। ମଧୁରଭାଷୀ ହେବେ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ବିବାଦରେ ବିଜୟୀ ହେବେ।

କର୍କଟ: ଅପ୍ରିୟ ସତ୍ୟ କହି ଅସୁବିଧାରେ ପଡ଼ିପାରନ୍ତି। ଘାତଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡ଼ିବ; ତଥାପି ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ।

ସିଂହ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନ ମିଳିବ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ। ମାଲିମୋକଦ୍ଦମାରେ ରାୟ ଆପଣଙ୍କ ସପକ୍ଷରେ ଯିବ। ଅର୍ଥ ମିଳିବ। ଦାମ୍ପତ୍ୟ ସୁଖ ମିଳିବ।

କନ୍ୟା: ବିଭିନ୍ନ ସ୍ତରରୁ ସହାୟତା ମିଳିପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ରହିବା ଭଲ। ମନ ଭୁଲା କଥା କହି ପରକୁ ଆପଣାର କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ। ସୁଖ ମିଳିବ।

ତୁଳା: ଆୟ ଆଶାନୁରୂପ ହେବ। ଯଶସ୍ୱୀ ହେବେ। ଲୋକପ୍ରିୟତା ବୃଦ୍ଧି ପାଇବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତ ହେବେ।

ବିଛା: ଧୈର୍ଯ୍ୟର ପୁରସ୍କାର ପାଇପାରନ୍ତି। କାର୍ଯ୍ୟରେ ସଫଳତା ଲାଭ କରିବେ। ପରିବାରର ମୁଖ୍ୟ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟସାୟ ଲାଭଜନକ ହେବ। ସରକାରୀ ଲାଭ ପାଇପାରନ୍ତି।

ଧନୁ: ମନ ଭୁଲା କଥାରେ ଅନ୍ୟକୁ ବଶ କରି ପାରନ୍ତି। ସେବାକ୍ଷେତ୍ରରେ ଅବତୀର୍ଣ୍ଣ ହେବେ। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସପୂର୍ଣ୍ଣ ଜୀବନ ଯାପନ କରିବେ। ଦାମ୍ପତ୍ୟ ସୁଖ ମିଳିପାରେ।

ମକର: ରୋଜଗାର ଯଥେଷ୍ଟ ପରିମାଣର ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଭାଗବ୍ୟବସାୟରୁ ଲାଭ ମିଳିବ। ଉଚ୍ଚସ୍ଥାନ ଆରୋହଣ ଓ ଜଳଯାତ୍ରା କରିବା ମନା।

କୁମ୍ଭ: କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ବନ୍ଧୁ ସହାୟତା ପାଇ ଖୁସି ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ଆଗ୍ରହୀ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହୋଇପାରେ।

ମୀନ: ପିତା ପୁତ୍ରଙ୍କ ମିଳନ ହୋଇପାରେ। ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି। ଚକ୍ଷୁରେ ପୀଡ଼ା ଉପୁଜି ପାରେ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ଶରୀର ସୁସ୍ଥ ରହିବ। ବଳଶାଳୀ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ବିଜୟୀ ହେବେ।

Leave A Reply