ବୁଧବାର ରାଶିଫଳ

0

ମେଷ: ଅଭାବ ଦୂରେଇ ଯିବ। ଯଶସ୍ୱୀ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହୋଇପାରନ୍ତି। ମିଷ୍ଟଭାଷୀ ହେବେ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ବିବାଦରେ ବିଜୟୀ ହେବେ।
ବୃଷ: ସଂପର୍କ ଦୃଢ଼ୀଭୂତ ହେବ। ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି। ଭାଗ୍ୟଶାଳୀ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ।
ମିଥୁନ: ବନ୍ଧୁ ମିଳନ ଘଟିପାରେ। ଉଚ୍ଚ ସମ୍ମାନ ଲାଭ କରିପାରନ୍ତି। ଐଶ୍ୱର୍ଯ୍ୟଯୁକ୍ତ ହେବେ। ବ୍ୟବସାୟ ପାଇଁ ମନ ବଳାଇ ପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି।
କର୍କଟ: ନିଜର ପୂର୍ବ ନିଷ୍ୱତ୍ତିକୁ ହଠାତ୍‍ ବଦଳାଇ ଦେଇପାରନ୍ତି। ଥଣ୍ଡା କଫରେ ପୀଡ଼ା ଅନୁଭବ କରିବେ। ଚଞ୍ଚଳ ସ୍ୱାଭାବର ହେବେ। ଏକାନ୍ତ ପ୍ରିୟ ହେବେ। ମିଠା କଥାରେ ଲୋକଙ୍କୁ ଭୁଲାଇ ଆପଣାର କରିପାରନ୍ତି। ସୁଖ ମିଳିବ।
ସିଂହ: ପୈତୃକ ସମ୍ପତ୍ତିର ସୁରକ୍ଷା ଉପରେ ଗୁରୁତ୍ୱ ଦେବେ। ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ସରକାରୀ ଅର୍ଥପ୍ରାପ୍ତିର ସୂଚନା ମିଳୁଛି।
କନ୍ୟା: କୁଳଦୀପକ ହୋଇପାରନ୍ତି। ମନରେ ପ୍ରସନ୍ନତା ଭାବ ଦେଖା ଦେବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱାଭାବର ହୋଇପାରନ୍ତି। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ଯଶସ୍ୱୀ ହେବେ। ପାରିବାରିକ ସୁଖ ମିଳିବ।
ତୁଳା: ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ପ୍ରବଳ ଭାଗ୍ୟଶାଳୀ ହେବେ। ଦିନଟି ଭୋଗବିଳାସରେ କଟାଇ ପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ ଓ ବିଦ୍ୱାନ ହେବେ। ସାହସୀ ଓ ସମ୍ପତ୍ତିବାନ ହେବେ।
ବିଛା: କାର୍ଯ୍ୟରେ ସଫଳତା ଲାଭ କରିବେ, ମାତ୍ର ଏଥିପାଇଁ ବହୁ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ସ୍ୱାଭିମାନୀ ହୋଇପାରନ୍ତି। ଯୁଗ୍ମ ବ୍ୟବସାୟରେ ଲାଭାନ୍ୱିତ ହେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଜଳଯାତ୍ରାରୁ ଦୂରେଇ ରହନ୍ତୁ।
ଧନୁ: ସାମାନ୍ୟ କଷ୍ଟ ସହି କାର୍ଯ୍ୟରେ ସଫଳତା ଲାଭ କରିବେ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ ହୋଇପାରନ୍ତି। ପତ୍ନୀଙ୍କ ସାହଚର୍ଯ୍ୟ ଶୁଭଦାୟକ ହେବ।
ମକର: କଳହଠାରୁ ନିଜକୁ ଦୂରେଇ ରଖିବା ଉଚିତ ହେବ। ଦୃଢ଼ ମନୋବଳ ନେଇ କାର୍ଯ୍ୟ କରିବେ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଶତ୍ରୁହାନି ହେବ। ସୁସ୍ଥ ରହିବେ।
କୁମ୍ଭ: ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୁଯୋଗ ସୃଷ୍ଟି ହୋଇଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ୱୀ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବାର ସୁଯୋଗ ସୃଷ୍ଟି ହୋଇଛି।
ମୀନ: କେତେକ କ୍ଷେତ୍ରରେ ବାଦାନୁବାଦ ଉପୁଜି ପାରେ। ଉଦାର ସ୍ୱଭାବର ହେବେ। ଦାନ-ଧର୍ମକୁ ଶ୍ରେୟ ମଣିବେ। ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ। ଜଳପ୍ରତି ଆଦରପ୍ରେମୀ ଓ ବୁଦ୍ଧିମାନ ହେବେ। କୃଷି ଉପରେ ଗୁରୁତ୍ୱ ଦେବେ।

Leave A Reply