ବୁଧବାର ରାଶିଫଳ

0

ମେଷ: କାର୍ଯ୍ୟ ଧାରାବାହିକ ଭାବେ ଚାଲିବ। ଭ୍ରମଣ ଯୋଗ ରହିଛି। ପରିବାରର ମୁଖ୍ୟ ହୋଇପାରନ୍ତି। ମନରେ ପ୍ରସନ୍ନ ଭାବ ଉଦ୍ରେକ ହେବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ।
ବୃଷ: ହୃଦୟରେ ସେବାଭାବ ଜାଗ୍ରତ ହେବ। ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ ବିଳାସରେ ଅତିବାହିତ ହେବ। ସୁଖ-ସମୃଦ୍ଧିର ମୂଳଦୁଆ ପଡ଼ିବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ ଓ ସାହସୀ ହେବେ। ସମ୍ପତ୍ତିବାନ ହେବେ।
ମିଥୁନ: ମନରେ ଅସ୍ଥିରତା ଦେଖାଦେଇପାରେ। ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି। ସ୍ୱାଭିମାନୀ ହେବେ। କେବଳ ଭାଗବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଉଚ୍ଚସ୍ଥାନ ଆରୋହଣ ଓ ଜଳଯାତ୍ରା ବର୍ଜନୀୟ।
କର୍କଟ: ବନ୍ଧୁ ସହଯୋଗ ପାଇ ବିଶେଷ ଉପକୃତ ହୋଇପାରନ୍ତି। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ ପରାମର୍ଶ ବିଶେଷ ଉପାଦେୟ ହେବ।
ସିଂହ: ନିଜ କାର୍ଯ୍ୟକୁ ପଛରେ ପକାଇ ଅଗ୍ରାଧିକାର ଭାବେ ଅନ୍ୟ କାର୍ଯ୍ୟ ଉପରେ ଗୁରୁତ୍ୱ ଦେବେ। ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳବାନ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚକ୍ଷୁପୀଡ଼ା ଅନୁଭବ କରିବେ।
କନ୍ୟା: ବନ୍ଧୁତାରେ ବାଧା ଉପୁଜି ପାରେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଭାବେ ଧନ ଲାଭ ହୋଇପାରେ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱଯୁକ୍ତ ହେବେ।
ତୁଳା: ନିଜକୁ କଳହମୁକ୍ତ ରଖିବାକୁ ଚେଷ୍ଟା କରିବେ। ଉଦାର ସ୍ୱଭାବର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ବୁଦ୍ଧିମାନ ହୋଇପାରନ୍ତି।
ବିଛା: ଧୈର୍ଯ୍ୟର ସହ କାର୍ଯ୍ୟ ସଂପାଦନ କରିବେ। କାର୍ଯ୍ୟର ସଫଳ ରୂପାୟନ କରି ଆତ୍ମ ସନ୍ତୋଷ ଲାଭ କରିବେ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃ ସ୍ନେହ ରହିବ।
ଧନୁ: କାର୍ଯ୍ୟଟିକୁ କରାୟତ୍ତ କରିପାରନ୍ତି। କୌଣସି ଏକ ଭୁଲ ଯୋଗୁଁ ମନସ୍ତାପ କରିବେ। ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି। ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ ହେବେ।
ମକର: ମନ ଚଞ୍ଚଳ ରହିବ। ରୋଜଗାର ଆଶାନୁରୂପ ହେବ। ବନ୍ଧୁ ଓ ସରକାରୀ ସହାୟତା ମିଳିବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ଧନ-ସମ୍ପଦ ଭରପୂର ରହିବ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ।
କୁମ୍ଭ: ଚଞ୍ଚଳ ସ୍ୱଭାବର ହେବେ। ଥଣ୍ଡା କଫଜନିତ ପୀଡ଼ା ଅନୁଭବ କରିପାରନ୍ତି। ଖର୍ଚ୍ଚର ପରିମାଣ ବୃଦ୍ଧି ପାଇବ। ବୁଦ୍ଧି ପ୍ରୟୋଗ କରି ଓ ସ୍ନେହପୂର୍ଣ୍ଣ କଥା କହି ପରକୁ ଆପଣାର କରିବା ସହିତ କାର୍ଯ୍ୟ ହାସଲ କରିପାରନ୍ତି।
ମୀନ: ଆୟ ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଯଶସ୍ୱୀ ହେବେ। ଲୋକ ପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜଧନ ମିଳିବାର ସୌଭାଗ୍ୟ ଅଛି। କରିତ୍‍କର୍ମା ହେବେ।

Leave A Reply