ସଡକ ଦୁର୍ଘଟଣାରେ ଟ୍ରକ ଡ୍ରାଇଭର ମୃତ

0

ବାଲେଶ୍ବର : ଜଳେଶ୍ବର ନିକଟ ୬୦ ନମ୍ବର ଜାତୀୟ ରାଜପଥରେ ଏକ ସଡକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଟ୍ରକ ଡ୍ରାଇଭରଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତ ଡ୍ରାଇଭରଙ୍କର ପରିଚୟ ମିଳିପାରି ନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହଟିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହାସହ ତଦନ୍ତ ଆରମ୍ଭ କରିଛି।

ସୂଚନାଯୋଗ୍ୟ ଯେ, ବୁଧବାର ଭୋର ପ୍ରାୟ ୪ଟା ସମୟରେ ଏକ ମିନି ଟ୍ରକ ପଛ ପଟୁ ଅନ୍ୟ ଏକ ଟ୍ରକକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ଟ୍ରକ ଡ୍ରାଇଭରଙ୍କର ମୃତ୍ୟୁ ହୋଇଯାଇଥିଲା।

Leave A Reply