ରାଷ୍ଟ୍ରୀୟ ଏକତା ଦିବସ : ଭୁବନେଶ୍ବରରେ ଏକତା ଦୌଡ଼ର ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର : ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀକୁ ଆସନ୍ତାକାଲି ଦେଶବ୍ୟାପୀ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ କରାଯାଉଛି । ଏହି ଅବସରରେ ଦେଶର ବିଭିନ୍ନ ସ୍ଥାନରେ ଏକତା ପାଇଁ ଦୌଡ଼ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଗଣଦୌଡ଼ରେ କେନ୍ଦ୍ର ପେଟ୍ରୋଲିୟମ୍‍, ପ୍ରାକୃତିକ ବାଷ୍ପ ଓ
ଇସ୍ପାତ୍‍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକତା ପାଇଁ ଦୌଡ଼ର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରର ଏକତା, ଅଖଣ୍ଡତା ଓ ସୁରକ୍ଷା ପାଇଁ ଆୟୋଜିତ ହେବାକୁ ଥିବା ଏହି ଦୌଡ଼ରେ ରାଷ୍ଟ୍ରୀୟ ତଥା ଅନ୍ତରାଷ୍ଟ୍ରୀୟ ଖ୍ୟାତିସମ୍ପନ୍ନ କ୍ରୀଡ଼ାବିତ୍‍ଙ୍କ ସମେତ ବହୁ ବୁଦ୍ଧିଜୀବୀ, ଛାତ୍ରଛାତ୍ରୀ ଓ ଜନସାଧାରଣ ସାମିଲ ହେବେ।
ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅନ୍ତର୍ଗତ ଆଞ୍ଚଳିକ ଜନସମ୍ପର୍କ ବ୍ୟୁରୋ ପକ୍ଷରୁ ଭୁବନେଶ୍ୱରରେ ଏକ ତିନି ଦିନିଆ ଜନସଚେନତା କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ଏହି କାର୍ଯ୍ୟକ୍ରମ ଆସନ୍ତାକାଲିଠାରୁ ଆରମ୍ଭହୋଇ ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ତାଲିବ।

Comments are closed.