ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ଧାରଣା

0

ଅନୁଗୁଳ: ଛେଣ୍ଡିପଦା ବ୍ଲକ ବାଗଡିଆ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ପଠାପଢା ବନ୍ଦ କରି ଧାରଣା ଦେଇଥିବା ଦେଖିବାକୁ ମିଳିଛି। ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ଏହି ଧାରଣା ଦିଆଯାଇଥିବା ଜଣାପଡିଛି। ବିଦ୍ୟାଳୟରେ ୪୬୯ ଜଣ ଛାତ୍ରଛାତ୍ରୀ ଥିବା ବେଳେ ମାତ୍ର ୧୨ ଜଣ ଶିକ୍ଷକ ଓ ଶିକ୍ଷୟତ୍ରୀ ରହିଛନ୍ତି। ଏଭଳି ପରିସ୍ଥିତିରେ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀ ନିଯୁକ୍ତି କରିବା ପରିବର୍ତ୍ତେ କିଭଳି ବଦଳି କରାଯାଉଛି ସେନେଇ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ପ୍ରଶ୍ନ କରିଛନ୍ତି ।

Leave A Reply