ରବିବାର ରାଶିଫଳ

ମେଷ: ଆଶାବାଦୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ ହେବ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ପ୍ରବଳ ଉଦ୍ୟୋଗୀ ହେବେ।
ବୃଷ: କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଉଚ୍ଚଆଶା ଫଳବତୀ ହେବ। ଈର୍ଷା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସତର୍କତାର ଦିନ।
ମିଥୁନ: ଆଶା ପୂରଣ ହେବ। ବନ୍ଧୁ ମିଳନ ଦ୍ବାରା ବିଶେଷ ଉପକୃତ ହେବେ। ବ୍ୟବସାୟ ଲାଭଜନକ ହେବ। ସମାଜସେବୀ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ଚାଲିଲେ ବିଶେଷ ଉପକୃତ ହେବେ। ଦାମ୍ପତ୍ୟ ସୁଖ ମିଳିବ।
କର୍କଟ: ଚିନ୍ତାଗ୍ରସ୍ତ ହୋଇପାରନ୍ତି। ଶତ୍ରୁ ଉପରେ ଦୃଷ୍ଟି ରଖିବାକୁ ପଡ଼ିବ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ।
ସିଂହ: ବିଚାର ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି। ବ୍ୟବସାୟରେ ପ୍ରଚୁର ଧନ ଲାଭ ହେବ। ପତ୍ନୀଙ୍କ ସହାୟତା ମିଳିବ।
କନ୍ୟା: କଳହଠାରୁ ଦୂରେଇ ରହି ଉଦାର ସ୍ବଭାବ ପ୍ରଦର୍ଶନ କରିପାରନ୍ତି। ଦାନ-ଧର୍ମକୁ ଶ୍ରେଷ୍ଠ ମଣିବେ। ଶୋଭନ ବ୍ୟକ୍ତିତ୍ବ ପାଇଁ ଲୋକାଦୃତ ହେବେ। ସ୍ବାସ୍ଥ୍ୟ ଭଲ ରହିବ। କୃଷିକର୍ମକାରୀ ହୋଇପାରନ୍ତି। ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍‌ ହୋଇପାରନ୍ତି।
ତୁଳା: ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଘାତଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ।
ବିଛା: ନୂତନ ପରିବେଶରେ କାର୍ଯ୍ୟ କରିପାରନ୍ତି। ଆଶାବାଦୀ ହେବେ। ପରମ ସୌଭାଗ୍ୟଶାଳୀ ହୋଇପାରନ୍ତି। ପରଦେଶବାସୀ, ସହନଶୀଳ, ଶାନ୍ତିପ୍ରିୟ ମଧୁରଭାଷୀ, ଉଦାର ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ମିତ୍ର ସୁଖ ଲାଭ କରିବେ। ବ୍ୟବସାୟ ଲାଭଜନକ ହେବ।
ଧନୁ: ପ୍ରିୟ ବ୍ୟକ୍ତିଙ୍କ ପାଇଁ ଚିନ୍ତିତ ହୋଇପାରନ୍ତି। ଆୟ ଅଶାନୁରୂପ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ରଣାଙ୍ଗନରେ ପାରଙ୍ଗମ ହେବେ। ମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହେବ। ନୂଆ ବନ୍ଧୁ ଜୁଟିବେ।
ମକର: ଦେବ ଦର୍ଶନର ସୁଯୋଗ ସୃଷ୍ଟି ହୋଇଛି। ସାମୟିକ ଭାବେ ପଥରୋଧର ସମ୍ମୁଖୀନ ହୋଇପାରନ୍ତି। ଚଞ୍ଚଳ ସ୍ବଭାବର ହେବେ। ମଧୁର କଥା କହି ପରକୁ ଆପଣାର କରିପାରନ୍ତି। ଖର୍ଚ୍ଚାନ୍ତ ହେବାକୁ ପଡ଼ିବ। ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି।
କୁମ୍ଭ: ଦେହ ଓ ମନ ଖୁବ୍‌ ଭଲ ରହିବ। ଆୟ ବୃଦ୍ଧି ପାଇଁ କଷ୍ଟ ସହିବାକୁ ପଡ଼ିବ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଜ୍ୟୋତିଷ ଶାସ୍ତ୍ର ଉପରେ ରୁଚି ରହିବ। ଯାନବାହନ ସୁଖ ମିଳିବ।
ମୀନ: ଉତ୍ସବାଦିରେ ଯୋଗଦାନ କରିପାରନ୍ତି। କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିବ। କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ବ୍ୟବସାୟ ଲାଭଜନକ ହେବ। ଦୟାଳୁ ସ୍ବଭାବର ହେବେ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ରହିବ।

Comments are closed.