ସୁଷମାଙ୍କ ନିଧନରେ ସାରା ଦେଶ ସ୍ତବ୍ଧ; ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଅପରାହ୍ନ ୩ଟାରେ ହେବ ଶେଷକୃତ୍ୟ

ନୂଆଦିଲ୍ଲୀ: ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କ ଆକସ୍ମିତ ମୃତ୍ୟୁ ଘଟଣାକୁ ନେଇ ସାରା ଦେଶ ସ୍ତବ୍ଧ ହୋଇପଡ଼ିଛି। ବୁଧବାର ସୁଷମାଙ୍କ ବାସଭନରେ ବହୁ ବିଶିଷ୍ଟ ବ୍ୟକ୍ତି, ରାଜନେତା ଓ ବୁଦ୍ଧିଜୀବୀ ପହଞ୍ଚି ଶେଷ ଦର୍ଶନ କରୁଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ନୋବେଲ ବିଜେତା କୈଳାସ ସତ୍ୟାର୍ଥୀ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ବାବା ରାମଦେବ, ସମାଜବାଦୀ ପାର୍ଟି ନେତା ମୁଲାୟମ ସିଂହ ଯାଦବଙ୍କ ସମେତ ଦଳୀୟ ନେତା ଓ ମନ୍ତ୍ରୀ ଏବଂ ଅନେକ ବିଶିଷ୍ଟ ବ୍ୟକ୍ତି ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇବା ସହ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। ମଧ୍ୟାହ୍ନ ୧୨ଟାରେ ତାଙ୍କ ମରଶରୀରକୁ ଦିଲ୍ଲୀର ଦଳୀୟ କାର୍ଯ୍ୟାଳୟକୁ ନିଆଯିବ। ସେଠାରେ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମରଶରୀରକୁ ଶେଷ ଦର୍ଶନ ପାଇଁ ରଖାଯିବ। ପରେ ଅପରାହ୍ନ ୩ଟାରେ ଦିଲ୍ଲୀସ୍ଥିତ ଲୋଧି ରୋଡ୍‌ରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ତାଙ୍କର ଅନ୍ତିମ ସଂସ୍କାର କରାଯିବ।

Comments are closed.