ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା ଅଭିଯୋଗ

0

ନୟାଗଡ଼ : ନୟାଗଡ଼ ଜିଲା ନୂଆଗାଁ ଥାନା ଅନ୍ତର୍ଗତ ସୋରଡ଼ାଠାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ କୃଷ୍ଣଚନ୍ଦ୍ର ରାଉତ। ସେ ଦଶପଲ୍ଲାରେ ଏକ ହୋଟେଲରେ ରୋଷେୟା ଭାବେ କାମ କରୁଥିଲେ।

ସୂଚନା ଅନୁସାରେ, ବୁଧବାର ରାତିରେ କୃଷ୍ଣ ଘରକୁ ଫେରୁଥିଲା ବେଳେ କେହି ଦୁର୍ବୃତ୍ତ ତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଜଣାପଡ଼ିଛି। ଗୁରୁବାର ସକାଳୁ ତାଙ୍କ ରକ୍ତ ଜୁଡୁବୁଡ଼ୁ ମୃତଦେହ ଘରଠାରୁ ଅଳ୍ପ ଦୂରରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ତେବେ ପଡ଼ିଶା ଘର ଲୋକ ତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply