ଗୁରୁବାର ରାଶିଫଳ

ମେଷ: ମାଙ୍ଗଳିକ କାର୍ଯ୍ୟରେ ମନୋନିବେଶ କରିପାରନ୍ତି। ପରମ ସୌଭାଗ୍ୟଶାଳୀ ହେବେ। ସମ୍ମାନସ୍ପଦ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ।
ବୃଷ: ଆଶାବାଦୀ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ରଣାଙ୍ଗନରେ ପାରଙ୍ଗମ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବାର ସୂଚନା ମିଳୁଛି। ଧନ-ସମ୍ପଦ ଭରପୂର ରହିବ। ଉତ୍ତମ ଭୋଜନ ମିଳିବ। ସୁସ୍ଥ ରହିବେ।
ମିଥୁନ: ଦ୍ରବ୍ୟ ଲାଭର ସୁଯୋଗ ଅଛି। ଚଞ୍ଚଳ ସ୍ଵଭାଵର ହେବେ। ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଭୋଗ କରିପାରନ୍ତି। ମଧୁରଭାଷୀ ହେବେ। ଦୁଃସାହସିକ ପଦକ୍ଷେପ ନେଇ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିବେ। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।
କର୍କଟ: କର୍ମକ୍ଷେତ୍ର ଉଳମୟ ହେବ। ଆୟ ପ୍ରଚୁର ପରିମାଣର ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ୱୀ ହେବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ।
ସିଂହ: ମହିଳାମାନେ ଯତ୍ନଶୀଳା ହେବେ। ବିଦ୍ୟାର୍ଥୀ ଯତ୍ନବାନ ହେବେ। କୁଳଦୀପକ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଦୟାଳୁ ସ୍ଵଭାଵର ହେବେ। ଯଶ ଅର୍ଜନ କରିପାରନ୍ତି।
କନ୍ୟା: ଧନବାନ୍‌ ହେତୁ ସୁଖଭୋଗ କରିପାରନ୍ତି। ସେବା-ପୂଜାରେ ନିମଗ୍ନ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ଧର୍ମାତ୍ମା, ପ୍ରବାସ ପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍‌ ହେବେ।
ତୁଳା: ବନ୍ଧୁମେଳରେ ଅପ୍ରିୟ ହୋଇପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ। ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବେ।
ବିଛା: ବନ୍ଧୁ ସହଯୋଗ ପାଇପାରନ୍ତି। ଘାତଚନ୍ଦ୍ର ଭୋଗ ହେଉଥିବାରୁ ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ ଚଳିବାକୁ ପଡ଼ିବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବୀ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ପତ୍ନୀଙ୍କ ଇଙ୍ଗିତରେ ଚଳିବେ।
ଧନୁ: ସ୍ଥାନାନ୍ତର ହେବାର ସୂଚନା ମିଳୁଛି। ଶତ୍ରୁ ଉପରେ କଡ଼ାନଜର ରଖିବାକୁ ପଡ଼ିବ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ମିଳିବ।
ମକର: ସମ୍ପତ୍ତିବାନ୍‌ ହୋଇପାରନ୍ତି। କୌଣସି କାରଣରୁ ଅନୁତପ୍ତ ହୋଇପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟରେ ପ୍ରଚୁର ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ବହିବ। ସୁଖୀ ହେବେ।
କୁମ୍ଭ: ନିର୍ମାଣ କାର୍ଯ୍ୟର ଅଗ୍ରଗତି ଘଟାଇପାରନ୍ତି। ଉଦାର ସ୍ଵଭାଵର ହେବେ। ଦାନଧର୍ମରେ ବିଶ୍ୱାସୀ ହେବେ। ସୁଖୀ ହେବେ। ବ୍ୟକ୍ତିତ୍ୱର ବିକାଶ ଘଟାଇ ସମ୍ମାନିତ ହେବେ। ସ୍ୱାସ୍ଥ୍ୟ ଭଲ ରହିବ। କୃଷିକର୍ମକାରୀ ଜଳପ୍ରତି ଆଦରପ୍ରେମୀ ହେବେ।
ମୀନ: ସମ୍ପଦରେ ବୃଦ୍ଧି ଘଟିବ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ଵଭାଵର ହେବେ। ମଧୁରଭାଷୀ ହୋଇପାରନ୍ତି। କଫ, ଜ୍ୱରରେ ପୀଡ଼ିତ ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁ ପ୍ରେମୀ ଓ ବିଦ୍ୱାନ ହେବେ।

Comments are closed.