ଗୁରୁବାର ରାଶିଫଳ

ମେଷ: ମାନସିକ ଉତ୍ତେଜନା ଭୋଗି ପାରନ୍ତି। ମନରେ ଉଦ୍‍ବେଗ ଜାତ ହୋଇପାରେ। ଈର୍ଷାପରାୟଣ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଭାଗବ୍ୟବସାୟରୁ ଲାଭ ମିଳିବ। ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କ ହେବେ।
ବୃଷ: ପରିବେଶ ଆପଣଙ୍କ ପାଇଁ ଲାଭପ୍ରଦ ହେବ। କାର୍ଯ୍ୟରେ ସଫଳତା ଲାଭ କରିବେ। ବ୍ୟବସାୟ ଲାଭଜନକ ହେବ। ସାମାଜସେବୀ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶରେ ଚଳିଲେ ସର୍ବତ୍ର ବିଜୟୀ ହେବେ।
ମିଥୁନ: ଆର୍ଥିକ ପରିସ୍ଥିତି ଜଟିଳ ହୋଇପାରେ। ଶତ୍ରୁ ହାବୁଡ଼ରେ ପଡ଼ିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶକ୍ତିମାନ୍‍ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଠାରୁ ପ୍ରଶଂସା ମିଳିବ।
କର୍କଟ: କାର୍ଯ୍ୟକୁ ସରଳୀକରଣ କରିପାରନ୍ତି। ନିର୍ଭୟରେ କାର୍ଯ୍ୟ ସମ୍ପାଦନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭ ହେବ। ତନ୍ତ୍ରମନ୍ତ୍ରାଦି ବିଦ୍ୟା ପ୍ରତି ରୁଚି ରହିବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ସୁଖୀ ହେବେ।
ସିଂହ: ପାରସ୍ପରିକ ବୁଝାମଣା ଠିକ୍‍ ରହିବ। କ୍ଷୋଭ ବୃଦ୍ଧି ହୋଇପାରେ। ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ଗୁଣବନ୍ତ ବ୍ୟକ୍ତିଭାବେ ନିଜର ପରିଚୟ ସୃଷ୍ଟି କରିବେ। ସ୍ୱାସ୍ଥ୍ୟ ଭଲ ରହିବ। କୃଷିକର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ।
କନ୍ୟା: ଯୋଗାଯୋଗ ପ୍ରଗତିଶୀଳ ହେବ। କାର୍ଯ୍ୟର ସଫଳ ରୂପାୟନ କରିବାରେ ସିଦ୍ଧହସ୍ତ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫରେ ପୀଡ଼ିତ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ।
ତୁଳା: ଦିନସାରା କାର୍ଯ୍ୟ ବ୍ୟସ୍ତ ରହିବେ। ସାମୟିକ ଭାବେ ବିଶ୍ରାମ ଗ୍ରହଣ କରିପାରନ୍ତି। ଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ସ୍ତ୍ରୀ ବିଳାସୀ ହେବେ। ମିତ୍ର ସୁଖ ଲାଭ କରିବେ।
ବିଛା: ବିଭିନ୍ନ ଦିଗରୁ ଲାଭବାନ୍‍ ହେବେ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନ ମିଳିବ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମୋକଦ୍ଦମାରେ ବିଜୟୀ ହେବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଧନ-ସମ୍ପଦ ବୃଦ୍ଧି ହେବ।
ଧନୁ: ବ୍ୟବସାୟରେ ଲାଭ-କ୍ଷତି ସମାନ୍ତରାଳରେ ଗତି କରିବ। ପଥରୋଧର ସମ୍ମୁଖୀନ ହୋଇପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ମିଷ୍ଟଭାଷୀ ଭାବେ ଶତ୍ରୁର ମନ କିଣି ପାରନ୍ତି। ସାହସୀ ହେବେ। ଜ୍ଞାନ ଗରିମାଯୁକ୍ତ ହୋଇପାରନ୍ତି। ଗୁପ୍ତବିଦ୍ୟାରେ ରୁଚି ରହିବ।
ମକର: ଅପ୍ରିୟ ପରିସ୍ଥିତିରେ ପଡ଼ିପାରନ୍ତି। ରୋଜଗାର ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ।
କୁମ୍ଭ: ଦାୟିତ୍ୱ ଓ ଅଧିକାରରେ ବୃଦ୍ଧି ଘଟିବ। କାର୍ଯ୍ୟରେ ସଫଳତା ଲାଭ କରିବେ। କୁଳ ଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ।
ମୀନ: ଅଜାଣତରେ ସାମାନ୍ୟ କ୍ଷତିର ସମ୍ମୁଖୀନ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ଦାମ୍ପତ୍ୟ ସୁଖ ମିଳିବ।

Comments are closed.