ଗୁରୁବାର ରାଶିଫଳ

0

ମେଷ: ମାନସିକ ଶାନ୍ତି ଫେରି ପାଇବେ। ସରକାରୀ ଅନ୍ୟାନ୍ୟ ସ୍ତରରୁ ଆୟ ଆସିପାରେ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହୋଇପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ଲୋକପ୍ରିୟତା ଅର୍ଜନ କରିବେ।
ବୃଷ: ଉଚ୍ଚ କର୍ତ୍ତୃପକ୍ଷଙ୍କ ସହ ସୁ-ସମ୍ପର୍କ ରହିବ। କାର୍ୟ୍ୟ ହାସଲ କରିବାରେ ସକ୍ଷମ ହେବେ। କୁଳ ଉଳକାରୀ ହେବେ। ମନରେ ପ୍ରସନ୍ନତା ଦେଖାଦେବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭରେ ଚାଲିବ।
ମିଥୁନ: ଲାଗି ରହିଥିବା ବିବାଦ ନିର୍ବିଘ୍ନରେ ସମାଧାନ ହୋଇପାରେ। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ।
କର୍କଟ: ମାନସିକ ସ୍ତରରେ ଦୁର୍ବଳ ରହିବେ। କଳହ ଜନିତ ମାନସିକ ପୀଡ଼ା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହୋଇପାରେ। ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ।
ସିଂହ: ବହୁ ସହଯୋଗୀ ମିତ୍ରଙ୍କ ସାନ୍ନିଧ୍ୟ ମିଳିବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି। ଶାନ୍ତ ଓ ଧୈର୍ୟ୍ୟବାନ୍ ହେବେ। ମନରେ ଅହଂଭାବ ଆସିପାରେ। ପତ୍ନୀଙ୍କ ପରାମର୍ଶର ଉପାଦେୟ ହେବ। କାର୍ୟ୍ୟରେ ସଫଳ ହେବେ।
କନ୍ୟା: ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଢ଼େର ସୁନାମର ଅଧିକାରୀ ହେବେ। କାର୍ୟ୍ୟ କ୍ଷେତ୍ରକୁ ଶୃଙ୍ଖଳିତ କରିପାରନ୍ତି। ବିପଦ ଏଡ଼ାଇ ଆଗକୁ ବଢ଼ିବେ।
ତୁଳା: ଆଲୋଚନା ମାଧ୍ୟମରେ କାର୍ୟ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ। ଧାର୍ମିକ ଓ ତେଜସ୍ବୀ ହେବେ। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ।
ବିଛା: ପାରସ୍ପରିକ ବୁଝାମଣା ଠିକ୍ ରହିବ। ବାଦ-ବିବାଦର ସମାଧାନ ହେବ। ଉଦାର ସ୍ବଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ବିଶିଷ୍ଟ ବ୍ୟକ୍ତିଭାବେ ମର୍ୟ୍ୟାଦା ମିଳିବ। ସୁସ୍ଥ ଓ ନିରାମୟ ରହିବେ। କୃଷିକ୍ଷେତ୍ରରୁ ଲାଭ ପାଇବେ।
ଧନୁ: କଥାରେ ଲୋକଙ୍କୁ ବାନ୍ଧି ରଖିବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ମନପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି। ମଧୁରଭାଷୀ ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କ ଠାରୁ ଆଦର ସମ୍ମାନ ମିଳିବ।
ମକର: ବିଭିନ୍ନ ସ୍ତରରୁ ସୁପରାମର୍ଶ ମିଳିବ। ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବର ଆଧାର ହୋଇପାରନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି।
କୁମ୍ଭ: କିଛି ସମୟ ପାଇଁ ବ୍ୟକ୍ତିଗତ କାର୍ୟ୍ୟ କରିପାରନ୍ତି। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଐଶ୍ବର୍ୟ୍ୟଯୁକ୍ତ ହେବେ। ମୋକଦ୍ଦମାରେ ଜିଣି ଧନଲାଭ ହେବାର ସୂଚନା ମିଳୁଛି।
ମୀନ: ପରିଶ୍ରମ ଯେତେ ଅଧିକ କଲେ ବି ସଫଳତା ମିଳିବା କଷ୍ଟସାଧ୍ୟ ହେବ। ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ଖର୍ଚ୍ଚ ପରିମାଣ ବୃଦ୍ଧି ହୋଇପାରେ। ଚଞ୍ଚଳ ସ୍ବଭାବର ହେବେ। ଚକ୍ଷୁରେ ଯନ୍ତ୍ରଣା ଉପୁଜି ପାରେ। ସାହସୀ ଓ ଜ୍ଞାନୀ ହେବେ।

Leave A Reply