ଟ୍ରକକୁ ପିଟିଲା ବସ, ଜଣେ ମୃତ

0

କେନ୍ଦୁଝର: ଟ୍ରକ ପଛରେ ବସ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୪ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣା ପଡିଛି।
ସୂଚନା ଅନୁଯାୟୀ, ବସଟି ବଡବିଲରୁ ଭୁବନେଶ୍ୱର ଯାଉଥିବା ସମୟରେ ବାଟହରିଚନ୍ଦନପୁର ଠାରେ ରାସ୍ତା ଉପରେ ଠିଆ ହୋଇଥିବା ଏକ ଟ୍ରକକୁ ପଛରୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ବସରେ ଥିବା ହେଲପରର ମୃତ୍ୟୁ ହୋଇଥିବା ବେଳେ ୪ଜଣଙ୍କ ଅବସ୍ଥା ଗୁରୁତର ହୋଇଥିଲା। ସମସ୍ତ ଆହତମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଗୁରୁତର ଯାତ୍ରୀମାନଙ୍କୁ ଏସସିବିକୁ ସ୍ଥାନାନ୍ତର କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply