ହୀରାକୁଦରେ ଖୋଲିଲା ଆଉ ୪ଟି ଗେଟ, ମୋଟ ୧୨ଟି ଗେଟ ଦେଇ ଜଳ ନିଷ୍କାସିତ

0

ସମ୍ବଲପୁର: ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳ ବୃଦ୍ଧି ପାଇବାରେ ଲାଗିଛି। ଏଥିଯୋଗୁଁ ଶୁକ୍ରବାର ଅପରାହ୍ନରେ ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ ଖୋଲା ଯାଇଛି। ମୋଟ ୧୨ଟି ଗେଟ ମଧ୍ୟ ଦେଇ ଜଳ ନିଷ୍କାସିତ ହେଉଛି। ଏହି ସମସ୍ତ ଗେଟ୍‍ ମଧ୍ୟକୁ ୨,୧୩,୩୬୦ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ପ୍ରତି ସେକେଣ୍ଡରେ ୨,୦୬,୩୯୪ କ୍ୟୁସେକ ଜଳ ନିଷ୍କାସିତ ହେଉଛି। ଶୁକ୍ରବାର ଅପରାହ୍ନ ସୁଦ୍ଧା ଜଳଭଣ୍ଡାରର ଜଳ ସ୍ତର ଜଳ ୬୨୫.୧୨ ଫୁଟ ଥିଲା।

Leave A Reply