ରାତି ସାଢେ ୮ଟା ଯାଏଁ ସତର୍କ ସୂଚନା ଜାରି

0
390

ଭୁବନେଶ୍ୱର: ରାଜ୍ୟର ୧୮ଟି ଜିଲ୍ଲାରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ମାଲକାନାଗିରି, କୋରାପୁଟ, ରାୟଗଡା, ଗଜପତି, କନ୍ଧମାଳ, ଗଞ୍ଜାମ, ଜଗସିଂହପୁର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ, ପୁରୀ ଓ ଅନୁଗୁଳ ଜିଲାରେ କୁଆପଥର ମାଡ ହେବା ସହ ଘଡ଼ଘଡ଼ି ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ୫୦ରୁ ୬୦କି.ମି ବେଗରେ ପବନ ବହିବା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ହେବାର ଆଶଙ୍କା କରାଯାଉଛି । ରାତି ସାଢେ ୮ଟା ଯାଏଁ ଏହି ସତର୍କ ସୂଚନା ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here