ଆଜି ନୂଆଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବାକୁ ଆଜି ସନ୍ଧ୍ୟାରେ ନୂଆଦିଲ୍ଳୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ପ୍ରେସ ବିବୃତିରେ ସ୍ପଷ୍ଟ କରାଯାଇଛି। ଦିଲ୍ଳୀ ଗସ୍ତ ସମ୍ପର୍କରେ ସାମ୍ବାଦିକଙ୍କୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ବାଜପେୟୀ ସରକାର ଅମଳରେ ସେ ଦୁଇ ବର୍ଷ ପାଇଁ କ୍ୟାବିନେଟ୍‍ ମନ୍ତ୍ରୀ ଥିଲେ। ତେଣୁ ସେ ଦିଲ୍ଲୀ ଯାଇ ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବେ। ଏହି ଅବସରରେ ବାଜପେୟୀଙ୍କୁ ଜଣେ ମହାନ୍‍ ନେତା ଭାବେ ବର୍ଣ୍ଣନା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ।

Leave A Reply