କୋଭିଡ୍‌-୧୯ ନିୟମ୍‌ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୧୬ ମାମଲା, ୪୧ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୧୬ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୧୨ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୨ଟି ମାମଲା ହୋମ୍‌ କ୍ୱାରାଣ୍ଟାଇନ୍‌ ଏବଂ ୨ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୪୧ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.