୮ଟି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଢେଙ୍କାନାଳ, ଅନୁଗୁଳ, ଦେବଗଡ, ସମ୍ବଲପୁର, ବଲାଙ୍ଗିର, ଝାରସୁଗୁଡା, ବରଗଡ, କେନ୍ଦୁଝର ଜିଲାରେ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବେଗରେ ବର୍ଷା ହେବ । ସେହିପରି ପୁରୀ, ଗଞ୍ଜାମ, ଖୋର୍ଦ୍ଧା, କଟକ, ମୟୁରଭଞ୍ଜ, ବାଲେଶ୍ବର, କଳାହାଣ୍ଡି, ବୌଦ୍ଧ, ସୋନପୁର ଓ ସୁନ୍ଦରଗଡ ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଲଘୁଚାପ ସମୟରେ ସମୁଦ୍ର ଅଶାନ୍ତ ରହିବରୁ ମତ୍ସ୍ୟଜୀବୀମାନଙ୍କୁ ଯିବା ପାଇଁ ବାରଣ କରାଯାଇଛି । ଆସନ୍ତା ୨୮ ତାରିଖ ଯାଏଁ ଲଘୁଚାପ ଜନିତ ବର୍ଷା ସାରା ରାଜ୍ୟରେ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ସୂଚନାଯୋଗ୍ୟ, ଶନିବାର ଚାନ୍ଦବାଲିରେ ସର୍ବାଧିକ ତାପମାତ୍ରା ୩୫.୩ ଡିଗ୍ରୀ ସେଲସିୟସ୍ ଏବଂ ସର୍ବନିମ୍ନ ୧୮ ଡିଗ୍ରୀ ସେଲସିୟସ ସୁନ୍ଦରଗଡରେ ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଓଡିଶାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ଜଣାପଡିଛି। କୋରାପୁଟ ଜିଲା ପଟ୍ଟାଙ୍ଗିରେ ୧୪ ସେମି ଓ ସମ୍ବଲପୁର ଜିଲା ରେଢାଖୋଲରେ ୧୧ ସେମି ବର୍ଷା ରେକର୍ଡ କରାଯାଇଛି।

Leave A Reply