ବୁଧବାର ରାଶିଫଳ

0

ମେଷ: ବ୍ୟୟ ଅଧିକ ହୋଇପାରେ। ମିଠା କଥା କହି ଲୋକଙ୍କୁ ଭୁଲାଇ ନିଜର କରିବାକୁ ଚେଷ୍ଟା କରିବେ। ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍‍ ରହିବା ଭଲ। ଭ୍ରାତୃଭାବ ଅତୁଟ ରହିବ। ଚକ୍ଷୁପୀଡ଼ା ଉପୁଜି ପାରେ।
ବୃଷ: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଲାଭ କରିବେ। ଉଚ୍ଚ ଆଶା ଫଳବତୀ ହୋଇପାରେ। ଶୁଭ ସମାଚାର ପାଇ ଖୁସି ହୋଇପାରନ୍ତି। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସତ୍‍କର୍ମରେ ଲିପ୍ତ ହେବେ।
ମିଥୁନ: ସାମାନ୍ୟ ପରିମାଣର ଅର୍ଥ ଲାଭ ହେବ। ପରିଶ୍ରମର ମୂଲ୍ୟାଙ୍କନ ହେବ। ଶୁଭ ଖବର ପାଇପାରନ୍ତି। କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଶୁଭକାର୍ଯ୍ୟ କରଣୀୟ। ବିବାଦରେ ବିଜୟୀ ହେବେ।
କର୍କଟ: ପାରିବାରିକ ଶାନ୍ତି ଅବ୍ୟାହତ ରହିବ। ଦୂରଯାତ୍ରା କରିପାରନ୍ତି। କାର୍ଯ୍ୟରେ ସଫଳତା ଲାଭ କରିବେ। କ୍ଷମତାର ଅଭିବୃଦ୍ଧି ଘଟିବା ସହିତ ତା’ର ସଦ୍‍ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟ ଲାଭ କରିବେ।
ସିଂହ: ନିଜ ସମ୍ମାନକୁ ଜଗି ଚଳିବାକୁ ପଡ଼ିବ। ଅର୍ଥ ଟାଣ-ଟୁଣ ରହିପାରେ। କେବଳ ଭାଗ ବ୍ୟବସାୟରୁ ସ୍ୱଳ୍ପ ଲାଭ ପାଇପାରନ୍ତି। ପାରିବାରିକ ଅଶାନ୍ତି ଦେଖା ଦେଇପାରେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।
କନ୍ୟା: ମାନସିକ ଅଶାନ୍ତି ଦୂର ହେବ। ବନ୍ଧୁ ମିଳନ ଘଟିବ। ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିପାରେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ୱଚ୍ଛ ରହିଛି। ଉତ୍ତମ ଭୋଜନ ପାଇଁ ଆନନ୍ଦ ଉପଭୋଗ କରିବେ।
ତୁଳା: ସାଧନାରେ ସିଦ୍ଧି ପ୍ରାପ୍ତ ହେବେ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ଶୁଭଖବର ପାଇ ଖୁସି ହେବେ। ଦିନସାରା କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। କଷ୍ଟ ସହି ଋଣ ପରିଶୋଧ କରିବେ।
ବିଛା: ବନ୍ଧୁ ସହଯୋଗ ପାଇ ଖୁସି ହୋଇପାରନ୍ତି। ଅର୍ଥପ୍ରାପ୍ତିର ଅପୂର୍ବ ସୁଯୋଗ ସୃଷ୍ଟି ହୋଇଛି। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ଅଧ୍ୟୟନରତ ହୋଇପାରନ୍ତି। ସୁ-ସମ୍ବାଦ ପାଇ ଖୁସି ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଜ୍ଞାନ ବୃଦ୍ଧି ହେବ।
ଧନୁ: ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଅଧିକ ପରିଶ୍ରମ କଲେ ବି ତା’ର ମୂଲ୍ୟ ମିଳିବ। ଯାନବାହନ ସୁଖ ମିଳିବ। କୃଷିକ୍ଷେତ୍ରକୁ ତ୍ୱରାନ୍ୱିତ କରିବେ। ପରିବେଶ ଅନୁକୂଳ ଅଛି।
ମକର: ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ଖୁସି ହୋଇପାରନ୍ତି। ଉଚ୍ଚ ସମ୍ମାନର ଅଧିକାରୀ ହେବେ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି।
କୁମ୍ଭ: ସ୍ୱାଧୀନ ଚେତ୍ତା ହେଲେ ବି ମନଇଚ୍ଛା କିଛି ନ କରି ଉପରିସ୍ଥ କର୍ମକର୍ତ୍ତାଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି। ତ୍ୟାଗଶୀଳ ଓ ନୀତିଜ୍ଞ ହେବେ। ବିବିଧ ଧନଯୁକ୍ତ ହୋଇପାରନ୍ତି। ଚଞ୍ଚଳମନା ହେବେ। କୀର୍ତ୍ତିମାନ୍‍, ସହିଷ୍ଣୁ ହୋଇପାରନ୍ତି।
ମୀନ: ପାଇବାକୁ ଚାହୁଁ ଥିବା ପଦାର୍ଥ ହସ୍ତଗତ ହୋଇପାରେ। ସୁଖ ସନ୍ତୋଷ ଲାଭ କରିପାରନ୍ତି। ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭ ମିଳିବ। ଉତ୍ତମ ଭୋଜନ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ଉନ୍ନତ ହେବ।

Leave A Reply