୨୦୨୨-୨୩ ପୂର୍ଣ୍ଣାଙ୍ଗ ବଜେଟ ; ୨୧,୧୬୬ କୋଟି ଟଙ୍କାର କୃଷି ବଜେଟ

ଭୁବନେଶ୍ବର : ରାଜ୍ୟ ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଶନିବାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି । ପ୍ରଥମେ ସେ ୨୧ହଜାର ୧୬୬ କୋଟି ଟଙ୍କାର କୃଷି ବଜେଟ ଉପସ୍ଥାପନ କରିଥିଲେ । କୃଷି ବଜେଟରେ ଜଳସେଚନ ଉପରେ ଅଧିକ ଗୁରୁତ୍ବ ପ୍ରଦାନ କରାଯାଇଛି । ବଜେଟରେ ଉଦ୍ୟାନ କୃଷି ପାଇଁ ୩୧୨ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ଚଳିତ ବର୍ଷ ୧୨,୫୦୦ ନଳକୂପ ଖନନ କରାଯିବ । ଏଥିପାଇଁ ୪୦୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । କାଳିଆ ଯୋଜନା ପାଇଁ ବଜେଟରେ ୧୮୭୪ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ରାଜ୍ୟରେ ବନ୍ୟା ନିୟନ୍ତ୍ରଣ ପାଇଁ ୯୬୮ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି।

ସେହପରି କୃଷି ଗବେଷଣା ଓ ଶିକ୍ଷା ପାଇଁ ୧୬୧ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ବୋଲି ଅର୍ଥମନ୍ତ୍ରୀ ତାଙ୍କ ବଜେଟ ଭାଷଣରେ କହିଛନ୍ତି।

Comments are closed.