ରାଜ୍ୟରେ କରୋନା ନେଲା ଆଉ ୧୬ ଜୀବନ, ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୫ ମୃତ

ଭୁବନେଶ୍ବର: ରାଜ୍ୟରେ ଗୁରୁବାର କରୋନା ଆଉ ୧୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୫୨ କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ଆଜି କରୋନାରେ ୧୬ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫ଜଣଙ୍କ ଜୀବନ ଯାଇଛି। ପୁରୀ ଜିଲାରୁ ୪ ଓ କେନ୍ଦ୍ରାପଡା ଜିଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ମୟୁରଭଞ୍ଜ, ବଲାଙ୍ଗିର, ନୟାଗଡ଼, ରାୟଗଡ଼ା ଓ ସୁବର୍ଣ୍ଣପୁର ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Comments are closed.