ଜମିଜମା ବିବାଦକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ; ୧ମୃତ, ୧ ଗୁରୁତର

ଜୟପୁର: କୋରାପୁଟ ଜିଲ୍ଲା କୋଟପାଡ଼ ଥାନା ଅନ୍ତର୍ଗତ ସଶାହାଂଡି ଜାତୀୟ ରାଜପଥ-୬୩ରେ ଶୁକ୍ରବାର ଅଭାବନୀୟ ଘଟଣା ଘଟିଛି।ଜମିଜମା ପାଇଁ ଦୀର୍ଘ ଦିନ ହେଲା ଲାଗି ରହିଥିବା ଗଣ୍ଡଗୋଳରୁ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ବୋରିଗୁମ୍ମା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ।  ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ କୋଟପାଡ଼ ପୁଲିସ‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comments are closed.