ଦୁର୍ଘଟଣାରେ ଜଣେ ମୃତ, ୨ ଗୁରୁତର

ବାରିପଦା: ମୟୂରଭଞ୍ଜ ଜିଲା ବାରିପଦା ଦେଇ ଯାଇଥିବା ୧୮ ନମ୍ବର ଜାତୀୟ ରାଜପଥର ବୈଶିଙ୍ଗା ଛକ ନିକଟରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ବୁଧବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ସ୍କୁଟିଟି ଦୁର୍ଘଟଣାଗ୍ରସ୍ତ ହେବା ପରେ ରାସ୍ତା ତଳକୁ ଖସିପଡ଼ିଥିଲା। ଘଟଣାସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ପୁଲିସ ସ୍ଥାନୀୟ ଲୋକଙ୍କ ସହାୟତାରେ ଅନ୍ୟ ୨ ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲ ନେଇଥିଲେ। ସ୍କୁଟିର ନମ୍ବର ନ ଥିବାବେଳେ ମୃତକ ଏବଂ ଆହତଙ୍କ ପରିଚୟ ମିଳିପାରି ନାହିଁ।

Comments are closed.