ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ; ଖୋର୍ଦ୍ଧାରୁ ସର୍ବାଧିକ ୪ ମୃତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪ଜଣ ପ୍ରାଣ ହରାଇଛନ୍ତି। ଏଥିସହିତ ସୁନ୍ଦରଗଡରେ ୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ରାୟଗଡାରୁ ୨ ଓ ବଉଦ ଜିଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୦୦୭କୁ ବୃଦ୍ଧିପାଇଛି। ଉଭୟ ନୂଆ ସଂକ୍ରମିତ ଏବଂ ମୃତ୍ୟୁ ସଂଖ୍ୟାରେ ଖୋର୍ଦ୍ଧା ଶୀର୍ଷରେ ରହିଥିବା ଜଣାଯାଇଛି।

Comments
Loading...