ରାଜ୍ୟରେ ୨ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଆଜି ଆଉ ୧୦ ଜୀବନ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରୁ ଆଉ ୧୦ ଜଣଙ୍କ ଜୀବନ ନେଇଛି  ମହାମାରୀ କରୋନା । ୧୦ ଜଣଙ୍କ ମୃତ୍ୟୁ ସହ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୦୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁବରଣ କରିଥିବା ୧୦ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ୩, ରାୟଗଡା ଜିଲାରୁ ୩ ରହିଥିବା ବେଳେ ଗଜପତିରୁ ୨, ଖୋର୍ଦ୍ଧା ଓ କଳାହାଣ୍ଡିରେ ଜଣେ ଲେଖାଏଁ ରହିଛନ୍ତି ।

Comments are closed.