ରାଜ୍ୟରୁ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ୩୨୪ରେ ପହଞ୍ଚିଲା ମୋଟ୍ ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରୁ ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି। ଆଜି ମୃତ୍ୟୁ ବରଣ କରିଥିବା ୧୦ ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୩୨୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରୁ ମୃତ୍ୟୁ ବରଣ କରିଥିବା ୧୦ ଜଣଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୪ ଜଣ ରହିଥିବା ବେଳେ ପୁରୀରୁ ୩ ଜଣ ମୃତ୍ୟୁ ବରଣ କରିଛନ୍ତି। ସେହିପରି କଟକ,ସମ୍ବଲପୁର ଓ ସୁନ୍ଦରଗଡ ଜିଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି ।

 

Comments are closed.