ରାଜ୍ୟରୁ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ୧୯୭ରେ ପହଞ୍ଚିଲା ମୋଟ୍ ମୃତ୍ୟୁ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରୁ ଆଉ ୧୦ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜି ମୃତ୍ୟୁ ବରଣ କରିଥିବା ୧୦ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୧୯୭ରେ ପହଞ୍ଚିଛି ।


ମୃତ୍ୟୁବରଣ କରିଥିବା ୧୦ ଜଣଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୪ , ଖୋର୍ଦ୍ଧାରେ ୩ , ଯାଜପୁର, କଳାହାଣ୍ଡି ଓ ସୁନ୍ଦରଗଡ଼ରେ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ଗଞ୍ଜାମ ଜିଲାରୁ ଆଜି ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ହୋଇଛି । ଯାହା ଫଳରେ ଜିଲାରେ ମୋଟ୍ ମୃତ୍ୟୁ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି । ସେହିପରି ଖୋର୍ଦ୍ଧାରେ ଆଜି ୩ ଜଣଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲାରେ ମୋଟ୍ ମୃତ୍ୟୁ ସଂଖ୍ୟା ୨୮କୁ ବୃଦ୍ଧି ପାଇଛି  । ଆଜି ଯାଜପୁର, କଳାହାଣ୍ଡି ଓ ସୁନ୍ଦରଗଡ଼ରୁ ମଧ୍ୟ ଜଣେ ଲେଖାଏଁ କୋରୋନା ରୋଗୀଙ୍କର ମୃତ ହୋଇଛି ।

Comments are closed.