୧୯ରୁ ମାଟ୍ରିକ ପରୀକ୍ଷା : ପରୀକ୍ଷା ଦେବେ ୫ଲକ୍ଷ ୬୦ ହଜାରରୁ ଅଧିକ ଛାତ୍ରଛାତ୍ରୀ

କଟକ : ଚଳିତ ବର୍ଷ ଫେବୃଆରୀ ୧୯ରେ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ଏଥର ୫ଲକ୍ଷ ୬୦ ହଜାର ୮୯୧ ଜଣ ଛାତ୍ରଛାତ୍ରୀ ୨,୮୮୮ ଟି କେନ୍ଦ୍ରରେ ପରୀକ୍ଷା ଦେବେ। ଏଥିପାଇଁ ୩୦୭ଟି ନୋଡ଼ାଲ ସେଣ୍ଟର କରାଯାଇଥିବା ଜଣାପଡ଼ିଛି। ପ୍ରାୟ ୧ ହଜାର ସମ୍ବେଦନଶୀଳ କେନ୍ଦ୍ରରେ ସିସିଟିଭି ଲଗାଇବା କାର୍ଯ୍ୟ ଜାରି ରହିଥିବା ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି। ଏହାସହ ନୋଡ଼ାଲ ସେଣ୍ଟର ଗୁଡ଼ିକରେ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବା ସହ ପରୀକ୍ଷା ପାଇଁ ତ୍ରିସ୍ତରୀୟ ସ୍କ୍ୱାଡ଼ ବ୍ୟବସ୍ଥା ଗ୍ରହଣ କରାଯିବା ନେଇ ବୋର୍ଡ଼ ପକ୍ଷରୁ ଘୋଷଣା କରାଯାଇଥିବା ନେଇ ସୂଚନା ମିଳିଛି। ମାର୍ଚ୍ଚ ୨ ଯାଏଁ ମାଟ୍ରିକ ପରୀକ୍ଷା ଚାଲିବ।

Comments are closed.