ଆଉ ୧୦୩ ପଜିଟିଭ୍ ଚିହ୍ନଟ, ରାଜ୍ୟରେ ୧୪୩୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରେ ଆଜି ଆଉ ୧୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୩୮ ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୧୦୩ ସଂକ୍ରମିତଙ୍କ ମଧ୍ୟରୁ ୯୬ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୪୩୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୮୧ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି୫୫୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Comments are closed.