ବୁଧବାର ରାଶିଫଳ ( ୧୦-୦୨-୨୦୨୧ )

ମେଷ: ପଡ଼ୋଶୀଙ୍କ ସହିତ ସଦ୍ଭାବନା ସମ୍ପନ୍ନ ହୋଇପାରନ୍ତି। ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ପାରଙ୍ଗମ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।

ବୃଷ: ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ମିଥୁନ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ହୃଦୟରେ ଈର୍ଷାଭାବ ଜାତ ହୋଇପାରେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେଉ ଥିବାରୁ ସତର୍କରେ ଚଳିବେ।

କର୍କଟ: ବନ୍ଧୁ ସୁଖ ମିଳିପାରେ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ମନ ବଳାଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶରେ କାର୍ଯ୍ୟ କଲେ ଅପୂୂର୍ବ ସଫଳତା ମିଳିବ। ଅବିବାହିତଙ୍କର ବିବାହ ସ୍ଥିର ହେବ।

ସିଂହ: ବିଚାର ବିମର୍ଶରେ କାର୍ଯ୍ୟ କଲେ ଅପୂର୍ବ ସଫଳତା ମିଳିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟ ଭାଜନ ହୋଇପାରନ୍ତି। ବହୁ ଶୁଭଫଳ ଆଶାକରାଯାଏ।

କନ୍ୟା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭ ହେବ। ତନ୍ତ୍ର ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ପତ୍ନୀ ସୁଶୀଳା ଓ ସହିଷ୍ଣୁ ହେବେ।

ତୁଳା: ଉଦାର ପ୍ରକୃତିର ହୋଇପାରନ୍ତି। ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷିକ୍ଷେତରୁ ଲାଭ ମିଳିବ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଯାନବାହନ ସୁଖ ମିଳିବ।

ବିଛା: ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ବଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିପାରେ। ପୂଜା ପାଠରେ ଧ୍ୟାନ ଦେଇପାରନ୍ତି।

ଧନୁ: ପରମ ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ବିଦ୍ୟାଭ୍ୟାସୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ଲାଭ କରିପାରନ୍ତି। ନିଷ୍ଠାପରଭାବେ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ।

ମକର: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ଜିଣି ଧନଲାଭ ହୋଇପାରେ। ସୈନିକମାନେ ରଣକ୍ଷେତ୍ରରେ ପାରଙ୍ଗମ ହେବେ। ଲୋକପ୍ରିୟ ହେବେ। ସାମାଜିକ ଗୌରବ ମିଳିବ।

କୁମ୍ଭ: କର୍ମଚଞ୍ଚଳ ରହିବେ। ନିର୍ମାଣ କାର୍ଯ୍ୟରେ ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ନିରୋଳାରେ କିଛି ସମୟ ବିତାଇବାକୁ ଇଚ୍ଛା କରିବେ। ମଧୁରଭାଷାରେ ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।

ମୀନ: କାର୍ଯ୍ୟରେ ସଫଳତା ମିଳିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ବୀ ହେବେ। କର୍ମଚଞ୍ଚଳ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବାର ସୁଯୋଗ ଅଛି। କରିତ୍‌କର୍ମା ହେବେ।

Comments are closed.